www.samajalive.in
Saturday, December 6, 2025
16.1 C
Bhubaneswar

ଜଗନ୍ନାଥ ମନ୍ଦିର ନିର୍ମାଣ କାର୍ଯ୍ୟ ଶୁଭ ଉଦଘାଟନ

ସିମୁଳିଆ: ନୂତନ ଜଗନ୍ନାଥ ମନ୍ଦିରର ନିର୍ମାଣ କାର୍ଯ୍ୟର ଶୁଭାରମ୍ଭ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ସୂଚନାରୁ ପ୍ରକାଶ ବାଲେଶ୍ବର ଜିଲ୍ଲା ସିମୁଳିଆ ବ୍ଲକ୍ ମାର୍କୋଣା ନୀଳକଣ୍ଠେଶ୍ବର ମନ୍ଦିର ପରିସରରେ ଜଗନ୍ନାଥ ମନ୍ଦିର ନିର୍ମାଣ କାର୍ଯ୍ୟ କମିଟି ପକ୍ଷରୁ ଏକ ନୂତନ ଜଗନ୍ନାଥ ମନ୍ଦିର ନିର୍ମାଣ କାର୍ଯ୍ୟର ଶୁଭ ଉଦଘାଟନ ହୋଇଯାଇଛି। ଉଦଘାଟକ ଭାବେ ସିମୁଳିଆ ବିଧାୟକ ପଦ୍ମଲୋଚନ ପଣ୍ଡା ଯୋଗ ଦେଇଥିଲେ। ଏହି ଅବସରରେ ତାଙ୍କର ଧର୍ମପତ୍ନୀ କୁନ୍ତଳା କୁମାରୀ ପଣ୍ଡା, ଯୂବନେତା ଡା. ଅଣୁମାଧବ ପଣ୍ଡା, ଯୂବନେତା ନୀଳମାଧଵ ପଣ୍ଡା, ସିମୁଳିଆ ବ୍ଲକ୍ ଅଧ୍ୟକ୍ଷ ବାବାଜୀ ଚରଣ ମଲ୍ଲିକ, ୪୦ ନଂ ଜୋନ୍ ଜିଲ୍ଲା ପରିଷଦ ରମେଶ ଚନ୍ଦ୍ର ସାହୁ ଓ ଅନ୍ୟାନ୍ୟ ବହୁ ବରିଷ୍ଠ ନେତୃବୃନ୍ଦ ଉପସ୍ଥିତ ଥିଲେ।

Hot this week

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

Related Articles

Popular Categories