www.samajalive.in
Wednesday, December 10, 2025
26.1 C
Bhubaneswar

ଛାତ୍ରଛାତ୍ରୀଙ୍କ ଦ୍ୱାରା ଗୁରୁ ସମ୍ବର୍ଦ୍ଧନା ଉତ୍ସବ ପରମ୍ପରା ଅନୁଷ୍ଠିତ

ସମ୍ବଲପୁର: ସୋମବାର ଜିଲା ପ୍ରେକ୍ଷାଳୟ ତପସ୍ୱିନୀ ଠାରେ ବୁଢ଼ାରଜା ସରକାରୀ ଉଚ୍ଚ ବିଦ୍ୟାଳୟର ପୁରାତନ ଛାତ୍ରଛାତ୍ରୀମାନଙ୍କ ଦ୍ବାରା ଗୁରୁଶିଷ୍ୟ ପରମ୍ପରା ଶୀର୍ଷକରେ ଏକ ଗୁରୁ ପୂଜନ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ ବ୍ରହ୍ମପୁର ବିଶ୍ବବିଦ୍ୟାଳୟର ପ୍ରାକ୍ତନ କୁଳପତି ପ୍ରଫେସର ଆଦିତ୍ୟ ପ୍ରସାଦ ପାଢୀ ଯୋଗଦାନ କରିଥିବା ବେଳେ ସମ୍ମାନୀତ ଅତିଥି ରୂପେ ପ୍ରାକ୍ତନ ପ୍ରଧାନ ଶିକ୍ଷକ ଅଜିତ କୁମାର ଦାଶ, ବିଜୟ ଚନ୍ଦ୍ର ତ୍ରିପାଠୀ, ବୈଜୟନ୍ତୀ ନାୟକ, ମହିପାଳ ସ୍ବାଇଁ, ଯଶୋବନ୍ତ ସାହୁ ତଥା ବର୍ତ୍ତମାନର ପ୍ରଧାନଶିକ୍ଷକ ସୁମିତା ପତ୍ରୀ ମଞ୍ଚାସୀନ ଥିଲେ। ଏହି ଅବସରରେ ସର୍ବ ପ୍ରଥମେ ଉପସ୍ଥିତ ଅତିଥିମାନେ ମାଁ ସମଲେଶ୍ବରୀଙ୍କ ଫଟୋ ଚିତ୍ରରେ ମାଲ୍ୟାର୍ପଣ ସହ ପ୍ରଦୀପ ପ୍ରଜ୍ଜ୍ୱଳନ କରିଥିଲେ। ଏହା ପରେ ବୁଢ଼ାରଜା ସରକାରୀ ଉଚ୍ଚ ବିଦ୍ୟାଳୟର କଳା ଶିକ୍ଷୟିତ୍ରୀ ପୁଷ୍ପାଞ୍ଜଳି ମିଶ୍ର, ଅବସରପ୍ରାପ୍ତ ସଂସ୍କୃତ ଶିକ୍ଷକ ହରି ନାରାୟଣ ପଣ୍ଡାଙ୍କ ରଚିତ ଗୁରୁବନ୍ଦନା ଗାନ କରିଥିଲେ ଏବଂ ଏହା ସହ ଉପସ୍ଥିତ ବୁଢ଼ାରଜା ସରକାରୀ ଉଚ୍ଚ ବିଦ୍ୟାଳୟର ସମସ୍ତ ଅବସରପ୍ରାପ୍ତ ଶିକ୍ଷକ ଓ ଶିକ୍ଷୟିତ୍ରୀ ତଥା କାର୍ଯ୍ୟରତ ଶିକ୍ଷକ ଶିକ୍ଷୟିତ୍ରୀମାନଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ବିଦ୍ୟାଳୟର ସଦ୍ୟ ଅବସରପ୍ରାପ୍ତ ସଂସ୍କୃତ ଶିକ୍ଷକ ହରି ନାରାୟଣ ପଣ୍ଡାଙ୍କ ଉଦ୍ଦେଶ୍ୟରେ ପ୍ରକାଶିତ ସ୍ମରଣିକା ସମର୍ପିତ ବ୍ୟକ୍ତିତ୍ବ ଉନ୍ମୋଚିତ ହୋଇଥିଲା।

Hot this week

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

Related Articles

Popular Categories