ଆନ୍ତର୍ଜାତୀୟ ମାତୃଭାଷା ଦିବସ ଅବସରରେ ଆଲୋଚନା ଚକ୍ର

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ରାଧାନଗର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ଏମଏସଡ଼ି଼ଆନ୍ସ ଆସୋସିଏସନ ଅଫ ଓଡିଶାର ପଶ୍ଚିମ ଓଡ଼ିଶା ଶାଖା ତରଫରୁ ଆନ୍ତର୍ଜାତୀୟ ମାତୃଭାଷା ଦିବସ ଅବସରରେ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି। ଏହି କାର୍ୟ୍ୟକ୍ରମରେ ରାଧାନଗର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ବିସିକେସନ ବେହେରା ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ବିଦ୍ୟାଳୟର ସହକାରୀ ଶିକ୍ଷକ ଦେବରାଜ ମଲ୍ଲିକ ମୁଖ୍ୟ ବକ୍ତା ଭାବେ ଯୋଗଦେଇଥିଲେ । ଏମଏସଡ଼ି଼ଆନ୍ସ ଆସୋସିଏସନ ଅଫ ଓଡ଼ିଶାର ସଦସ୍ୟ ଯୁବ ସ୍ଵେଚ୍ଛାସେବୀ ତଥା ଯୁବ କବି ତୋଫାନ୍ ଦେହୁରୀ ସଭାପତିତ୍ବ କରିବା ସହିତ ମଞ୍ଚ ପରିଚାଳନା କରିଥିଲେ। । ଆଲୋଚନା ଚକ୍ର କାର୍ୟ୍ୟକ୍ରମ ପରେ ଚତୁର୍ଥ ଠାରୁ ଅଷ୍ଟମ ଶ୍ରେଣୀ ପର୍ୟ୍ୟନ୍ତ ଛାତ୍ରଛାତ୍ରୀମାନଙ୍କୁ ନେଇ କୁଇଜ୍ ପ୍ରତିଯୋଗିତା ହେବା ସହିତ ବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀ ମାନଙ୍କୁ ପାଠ୍ୟ ଉପକରଣ ବଣ୍ଟନ କରାଯାଇଥିଲା। ମୋ ସ୍କୁଲ ଅଭିଯାନ କମିଟିର ସଭାପତି ତୁଷାର କାନ୍ତ ସାହୁ କୁଇଜ୍ ପ୍ରତିଯୋଗିତା ପରିଚାଳନା କରିଥିବା ବେଳେ ଅନ୍ୟ ସଦସ୍ୟମାନେ ତାଙ୍କୁ ସହଯୋଗ କରିଥିଲେ।

Comments are closed.