MEllora 950×100

ଆଜି ୪ଘଣ୍ଟା ଦର୍ଶନ ବନ୍ଦ

ପୁରୀ: ଫାଲଗୁନ ଶୁକ୍ଲ ତୃତୀୟା ତିଥିରେ ବୁଧବାର ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ସନ୍ଧ୍ୟା ୬ରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ପରମ୍ପରା ଅନୁଯାୟୀ ଦ୍ୱିତୀୟ ଭୋଗ ମଣ୍ଡପ ଶେଷ ହେବା ପରେ ଭିତରୁ ଜୟବିଜୟ ଦ୍ୱାର ବନ୍ଦ ରହିବ। ଦତ୍ତ ମହାପାତ୍ର ସେବକ ରତ୍ନ ସିଂହାସନ ଉପରକୁ ଯାଇ ବିଭିନ୍ନ ପ୍ରାକୃତିକ ରଙ୍ଗରେ ଦାରୁବ୍ରହ୍ମଙ୍କ ଶ୍ରୀମୁଖ ସିଂହାର କରିବେ। ଏହାପରେ ଶ୍ରୀଜୀଉଙ୍କୁ ମହାସ୍ନାନ କରାଯିବା ସହ ସନ୍ଧ୍ୟା ଆଳତି, ସନ୍ଧ୍ୟା ଧୂପ, ବଡ଼ ସିଂହାର ବେଶ, ବଡ଼ ସିଂହାର ଭୋଗ ଏବଂ ରାତ୍ର ପହୁଡ଼ ଅନୁଷ୍ଠିତ ହେବ।

Comments are closed.