www.samajalive.in
Monday, December 15, 2025
16.1 C
Bhubaneswar

ପ୍ରକାଶ ପାଇଲା ଅକ୍ଟୋବର ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ

କେନ୍ଦୁଝରଗଡ଼଼: ଚଳିତ ଅକ୍ଟୋବର ମାସ ପାଇଁ ଜିଲାପାଳ ଓ ଏସ୍‌‌.ପି.ଙ୍କ ମିଳିତ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ସୂଚୀ ପ୍ରକାଶ ପାଇଛି। ସ୍ଥିରୀକୃତ ହୋଇଥିବା କାର୍ଯ୍ୟକ୍ରମ ସୂଚୀ ଅନୁଯାୟୀ ଆସନ୍ତା ୭ ତାରିଖ ଜିଲାପାଳଙ୍କ କାର୍ଯ୍ୟାଳୟସ୍ଥ ଦରବାରହଲ ଠାରେ, ୧୪ ତାରିଖ ଘଷିପୁରା ପଞ୍ଚାୟତ ସମିତି କାର୍ଯ୍ୟାଳୟ, ୨୧ ତାରିଖ ଝୁମ୍ପୁରା ପଞ୍ଚାୟତ ସମିତି କାର୍ଯ୍ୟାଳୟ, ୨୮ ତାରିଖ ଘଟଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟଠାରେ ଏହି ମିଳିତ ଅଭିଯୋଗଶୁଣାଣୀ ଅନୁଷ୍ଠିତ ହେବ ବୋଲି ଜିଲାପାଳଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଏହି ମିଳିତ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ସମ୍ପର୍କରେ ବିହିତ ପଦକ୍ଷେପ ନେବାକୁ ଜିଲାପାଳ ବିଶାଲ ସିଂହ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏତଦ୍‌‌ବ୍ୟତୀତ କାର୍ଯ୍ୟସୂଚୀ ଅନୁଯାୟୀ ଅଭିଯୋଗଶୁଣାଣୀ ସ୍ଥାନମାନଙ୍କରେ ଚିକିତ୍ସା, ଜାତୀୟ ସ୍ୱାସ୍ଥ୍ୟ ମିଶନ, ଶ୍ରମ, ମହିଳା ଓ ଶିଶୁ ବିକାଶ, ସାମାଜିକ ସୁରକ୍ଷା, ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ, ଜଳଛାୟା, ଯୋଗାଣ ବିଭାଗ ତରଫରୁ ସଚେତନତା କାର୍ଯ୍ୟକ୍ରମ ଆୟୋଜନ କରିବା ପାଇଁ ସମ୍ପୃକ୍ତ ଜିଲାସ୍ତରୀୟ ଅଧିକାରୀମାନଙ୍କୁ ଜିଲାପାଳ ଶ୍ରୀ ସିଂହ ନିର୍ଦ୍ଦେଶ ଦେଇଛନ୍ତି।

Hot this week

କଂଗ୍ରେସରୁ ବିଦା ହେଲେ ମୋକିମ୍‌ : ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ

ସମାଜ ଡିଜିଟାଲ ଡେସ୍କ: ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ...

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

Related Articles

Popular Categories