www.samajalive.in
Thursday, December 11, 2025
23.1 C
Bhubaneswar

ପ୍ରକାଶ ପାଇଲା ଅକ୍ଟୋବର ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ

କେନ୍ଦୁଝରଗଡ଼଼: ଚଳିତ ଅକ୍ଟୋବର ମାସ ପାଇଁ ଜିଲାପାଳ ଓ ଏସ୍‌‌.ପି.ଙ୍କ ମିଳିତ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ସୂଚୀ ପ୍ରକାଶ ପାଇଛି। ସ୍ଥିରୀକୃତ ହୋଇଥିବା କାର୍ଯ୍ୟକ୍ରମ ସୂଚୀ ଅନୁଯାୟୀ ଆସନ୍ତା ୭ ତାରିଖ ଜିଲାପାଳଙ୍କ କାର୍ଯ୍ୟାଳୟସ୍ଥ ଦରବାରହଲ ଠାରେ, ୧୪ ତାରିଖ ଘଷିପୁରା ପଞ୍ଚାୟତ ସମିତି କାର୍ଯ୍ୟାଳୟ, ୨୧ ତାରିଖ ଝୁମ୍ପୁରା ପଞ୍ଚାୟତ ସମିତି କାର୍ଯ୍ୟାଳୟ, ୨୮ ତାରିଖ ଘଟଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟଠାରେ ଏହି ମିଳିତ ଅଭିଯୋଗଶୁଣାଣୀ ଅନୁଷ୍ଠିତ ହେବ ବୋଲି ଜିଲାପାଳଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଏହି ମିଳିତ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ସମ୍ପର୍କରେ ବିହିତ ପଦକ୍ଷେପ ନେବାକୁ ଜିଲାପାଳ ବିଶାଲ ସିଂହ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏତଦ୍‌‌ବ୍ୟତୀତ କାର୍ଯ୍ୟସୂଚୀ ଅନୁଯାୟୀ ଅଭିଯୋଗଶୁଣାଣୀ ସ୍ଥାନମାନଙ୍କରେ ଚିକିତ୍ସା, ଜାତୀୟ ସ୍ୱାସ୍ଥ୍ୟ ମିଶନ, ଶ୍ରମ, ମହିଳା ଓ ଶିଶୁ ବିକାଶ, ସାମାଜିକ ସୁରକ୍ଷା, ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ, ଜଳଛାୟା, ଯୋଗାଣ ବିଭାଗ ତରଫରୁ ସଚେତନତା କାର୍ଯ୍ୟକ୍ରମ ଆୟୋଜନ କରିବା ପାଇଁ ସମ୍ପୃକ୍ତ ଜିଲାସ୍ତରୀୟ ଅଧିକାରୀମାନଙ୍କୁ ଜିଲାପାଳ ଶ୍ରୀ ସିଂହ ନିର୍ଦ୍ଦେଶ ଦେଇଛନ୍ତି।

Hot this week

ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା।...

ଦ୍ବିତୀୟ ଟି୨୦ ଆଜି; ୨-୦ ଲକ୍ଷ୍ୟରେ ଭାରତ

ନ୍ୟୁ ଚଣ୍ଡିଗଡ଼ : ନ୍ୟୁ ଚଣ୍ଡିଗଡ଼ ବା ମୁଲାନ୍‌ପୁର ଷ୍ଟାଡିୟମ୍‌ରେ କୌଣସି...

ରେଳ ଚଳାଚଳ ମାର୍ଗରେ ପୁନଃସଂଶୋଧନ

ଭୁବନେଶ୍ୱର : ଖୋର୍ଦ୍ଧା ରୋଡ ଡିଭିଜନ ଅନ୍ତର୍ଗତ ରାଜ ଆଠଗଡ଼ ଏବଂ...

ଗୃହରୁ ମିଳିଥିବା ୧୬,୫୦୦ ଟଙ୍କା ନେବାକୁ ହାତ ଟେକିଲେ ୧୨ ସଦସ୍ୟ

ପାକିସ୍ତାନ ନ୍ୟାସନାଲ ଆସେମ୍ବ୍ଲିରେ ଲଜ୍ଜାକର ଘଟଣା ଇସଲାମାବାଦ : ପାକିସ୍ତାନ ନ୍ୟାସନାଲ ଆସେମ୍ବ୍ଲିରେ...

ଦିଲ୍ଲୀ ବିସ୍ଫୋରଣ : ଆଉ ଜଣେ ଡାକ୍ତର ଗିରଫ

ନୂଆଦିଲ୍ଲୀ : ଦିଲ୍ଲୀ ଲାଲକିଲା ବିସ୍ଫୋରଣ ଘଟଣାରେ ଏନଆଇଏ ଜାମ୍ମୁ-କାଶ୍ମୀରର ବାରମୂଲାରୁ...

Related Articles

Popular Categories