www.samajalive.in
Monday, December 8, 2025
14.1 C
Bhubaneswar

ମହିଳା ସ୍ନାତକ କଲେଜରେ ପ୍ରାଥମିକ ଚିକିତ୍ସା ପ୍ରଶିକ୍ଷଣ ଶିବିର

ଆଠଗଡ: ଆଠଗଡସ୍ଥିତ ଗୋପବନ୍ଧୁ ମହିଳା ସ୍ନାତକ କଲେଜରେ ଯୁବ ରେଡକ୍ରସ ଆନୁକୂଲ୍ୟରେ ଏକ ପ୍ରାଥମିକ ଚିକିତ୍ସା ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି । କଲେଜର ଅଧ୍ୟକ୍ଷା ସଂଗୀତା ମହାପାତ୍ର ଏଥିରେ ସଭାପତିତ୍ବ କରି ରେଡକ୍ରସ ସ୍ୱେଚ୍ଛାସେବୀ ଛାତ୍ରୀମାନେ ପ୍ରାଥମିକ ଚିକିତ୍ସା ବିଷୟରେ ଜାଣିଥିଲେ ତାହା ଜରୁରୀ ଆବଶ୍ୟକତା ସମୟରେ ଉପକାରରେ ଲଗାଇ ପାରିବେ ବୋଲି ମତପ୍ରକାଶ କରିଥିଲେ । ଏଥିରେ ମୁଖ୍ଯଅତିଥି ଓ ପ୍ରାଥମିକ ଚିକିତ୍ସା ପ୍ରଶିକ୍ଷକ ଭାବେ କଟକ ଜିଲ୍ଲା ଯୁବ ରେଡକ୍ରସ ଆବାହକ ତଥା ସଂପାଦକ ଅଧ୍ୟାପିକା ସସ୍ମିତା ପଟ୍ଟନାୟକ ଯୋଗଦେଇ ବିଶ୍ୱରେ ଶାନ୍ତି ପ୍ରତିଷ୍ଠା କ୍ଷେତ୍ରରେ ହେଉ ଅବା ବିପର୍ଯ୍ୟୟ ବେଳେ ସେବା ଓ ସହାୟତା କରିବାରେ ରେଡକ୍ରସ ସଂଗଠନର ଭୂମିକା ଅନସ୍ୱିକାର୍ଯ୍ୟ ବୋଲି ପ୍ରକାଶ କରିଥିଲେ । ବିପର୍ଯ୍ୟୟ ସମୟରେ ଉଦ୍ଧାର କାର୍ଯ୍ୟ ସହିତ ପ୍ରାଥମିକ ଚିକିତ୍ସାର ଆବଶ୍ୟକତା ଦୃଷ୍ଟିରୁ ସ୍ୱେଚ୍ଛାସେବୀମାନେ ପ୍ରାଥମିକ ଚିକିତ୍ସା ସମ୍ପର୍କରେ ଜାଣିବା ଜରୁରୀ ବୋଲି ସେ ମତବ୍ୟକ୍ତ କରିଥିଲେ । ଶ୍ରୀମତି ପଟ୍ଟନାୟକ କଲେଜର ଯୁବ ରେଡକ୍ରସ ସ୍ୱେଚ୍ଛାସେବୀ ଛାତ୍ରୀଙ୍କୁ ପ୍ରାଥମିକ ଚିକିତ୍ସାର ବିଭିନ୍ନ ପ୍ରକାରଭେଦ ଓ ଶୈଳୀ ସମ୍ବନ୍ଧରେ ପ୍ରଶିକ୍ଷଣ ଦେଇଥିଲେ । ଛାତ୍ରୀମାନେ ପ୍ରଶିକ୍ଷଣ ସହିତ ପ୍ରାଥମିକ ଚିକିତ୍ସାର ଅଭ୍ୟାସ କରିଥିଲେ । କଲେଜର ଯୁବ ରେଡକ୍ରସ ପରାମର୍ଶଦାତ୍ରୀ ଅଧ୍ୟାପିକା ଟ୍ଵିଙ୍କିଲ ମିଶ୍ର କାର୍ଯ୍ୟକ୍ରମ ସଂଯୋଜନା କରିବା ସହ ଅତିଥି ପରିଚୟ ପ୍ରଦାନ କରିଥିଲେ । ପ୍ରଶିକ୍ଷଣ ନେଇଥିବା ଛାତ୍ରୀଙ୍କୁ ପ୍ରମାଣପତ୍ର ବଣ୍ଟନ କରାଯାଇଥିଲା । ଶେଷରେ ସ୍ୱେଚ୍ଛାସେବୀ ଛାତ୍ରୀ ତୁଳସୀ ଦାସ ଧନ୍ୟବାଦ ଅର୍ପଣ କରିଥିଲେ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories