www.samajalive.in
Wednesday, December 10, 2025
26.1 C
Bhubaneswar

ବାତ୍ୟା ମୁକାବିଲା ନିମନ୍ତେ ଲୋକ ପ୍ରତିନିଧିଙ୍କ ବୈଠକ

ଆଠଗଡ: ଆସନ୍ନ ସାମୁଦ୍ରିକ ବାତ୍ୟା ‘ଦାନା’ର ସଫଳ ମୁକାବିଲା ନିମନ୍ତେ ଆଠଗଡର ସମସ୍ତ ନିର୍ବାଚିତ ପଞ୍ଚାୟତ ଲୋକପ୍ରତିନିଧିଙ୍କ ଏକ ବୈଠକ ବ୍ଲକ ସମ୍ମିଳନୀ କକ୍ଷରେ ବୁଧବାର ଅନୁଷ୍ଠିତ ହୋଇଯାଇଛି। ବ୍ଲକ ଅଧ୍ୟକ୍ଷା ମୀନତି ଆଚାର୍ଯ୍ୟଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ବୈଠକରେ ୩୪ଟି ପଞ୍ଚାୟତର ନିର୍ବାଚିତ ଜନପ୍ରତିନିଧି ଓ ସମସ୍ତ ଜିଲ୍ଲା ପରିଷଦ ସଦସ୍ୟ ଯୋଗଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ। ବିଡିଓ ବିଜୟ କେତନ ଚୌଧୁରୀ ବୈଠକରେ ଉପସ୍ଥିତ ରହି ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ବ୍ଲକ ପ୍ରଶାସନ ପକ୍ଷରୁ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ପଞ୍ଚାୟତ ପ୍ରତିନିଧିଙ୍କୁ ଅବଗତ କରାଇଥିଲେ। ତଳିଆ ଅଞ୍ଚଳ, କଚ୍ଚା ଓ ମାଟିଝାଟି ଘରେ ରହୁଥିବା ଲୋକଙ୍କୁ ସୁରକ୍ଷିତ ଆଶ୍ରୟସ୍ଥଳକୁ ସ୍ଥାନାନ୍ତର କରିବା ଏବଂ ସୁଖିଲା ଖାଦ୍ୟ ଓ ଆବଶ୍ୟକ ସ୍ଥଳେ ରନ୍ଧା ଖାଦ୍ୟ ଯୋଗାଇ ଦେବାର ବ୍ୟବସ୍ଥା କରାଯିବା ପାଇଁ ପଞ୍ଚାୟତ ନିର୍ବାଚିତ ପ୍ରତିନିଧିଙ୍କ ସହଯୋଗ କାମନା କରାଯାଇଥିଲା । ବିଧାୟକଙ୍କ ବ୍ଲକ ପ୍ରତିନିଧି ସୁନିଲ କୁମାର ପରିଡା ବାତ୍ୟାର ସଫଳ ମୁକାବିଲା ପାଇଁ ସମସ୍ତ ପଞ୍ଚାୟତ ଜନପ୍ରତିନିଧି ପ୍ରଶାସନକୁ ସହଯୋଗ ଓ ସହାୟତା କରିବାକୁ ପରାମର୍ଶ ଦେଇଥିଲେ। ବୈଠକରେ ବିଭିନ୍ନ ବିଭାଗୀୟ ଅଧିକାରୀ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ।

Hot this week

ଦିଲ୍ଲୀର ଅନେକ ସ୍କୁଲକୁ ବୋମା ଧମକ; ପିଲାଙ୍କୁ ଛୁଟି କରି ତନାଘନା ଜାରି

ସମାଜ ଡିଜିଟାଲ ଡେସ୍କ: ରାଜଧାନୀ ଦିଲ୍ଲୀର ଅନେକ ସ୍କୁଲକୁ ପୁଣି ଥରେ...

ସୁନ୍ଦର ଦେଶରେ ପୁରୁଷ ଅଭାବ: ମହିଳାମାନେ ଘଣ୍ଟା ପ୍ରତି ଭଡାରେ ନେଉଛନ୍ତି ସ୍ୱାମୀ

ରିଗା: ଭଡାରେ ମିଳୁଛନ୍ତି ପୁରୁଷ । ଟଙ୍କା ଦେଇ ୱେବସାଇଟରେ ପ୍ରଥମେ...

ଗୋଆ ଅଗ୍ନିକାଣ୍ଡ ଘଟଣାରେ ନାଇଟ୍ କ୍ଲବ୍ ମାଲିକ ଗିରଫ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଉଚ୍ଚ ଶିକ୍ଷାନୁଷ୍ଠାନକୁ ବୁଲା କୁକୁର ଓ ଗାଈ ଭୟ

ଭୁବନେଶ୍ଵର: ଉଚ୍ଚ ଶିକ୍ଷାନୁଷ୍ଠାନକୁ ବୁଲା କୁକୁର ଏବଂ ଗାଈ ଭୟ। ବୁଲା...

ପିଠି ଯନ୍ତ୍ରଣାର କାରଣ ଜୋତା ନୁହେଁ ତ? ଏହି ସଙ୍କେତ ସୂଚାଇ ଦିଏ

ସମାଜ ଡିଜିଟାଲ ଡେସ୍କ: ଆମେ ବାହାରକୁ ବାହାରିବା ମାତ୍ରେ ସାଧାରଣତଃ ଜୋତା...

Related Articles

Popular Categories