www.samajalive.in
Sunday, December 14, 2025
26.1 C
Bhubaneswar

ବାଇକ୍ ଦୁର୍ଘଟଣାରେ ଜଣେ ଗୁରୁତର

କଲମପୁର: କଲମପୁର ଥୁଆମୁଳ ରାମପୁର ମୁଖ୍ୟ ରାସ୍ତାର କୁଲେଇଜୋର୍ ବୁଲାଣି ନିକଟରେ ଘଟିଛି ଏକ ବାଇକ୍ ଦୁର୍ଘଟଣା।ଏଥିରେ ଜଣେ ବ୍ୟକ୍ତି ଗୁରୁତର ଭାବେ ଆହତ ହୋଇଛନ୍ତି। ତାଙ୍କୁ କିଛି ଲୋକ ଉଦ୍ଧାର କରି ଆମ୍ବୁଲାନ୍ସ ସହାୟତାରେ କଲମପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତି କରିଥିଲେ। କିନ୍ତୁ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଛି। ସୂଚନା ଅନୁଯାୟୀ ବୁଧବାର ଦିନ ୧୨ଟା ବେଳେ କଲମପୁର ବେଲପଡ଼ାର କୃତି ରାଜ ସିଂ ରାଜପୁତ ନାମକ ବ୍ୟକ୍ତି ଏକ ବାଇକ୍ ଯୋଗେ କଲମପୁର ଥୁଆମୂଲ୍ ରାମପୁର ମୁଖ୍ୟ ରାସ୍ତା ଦେଇ ପଣ୍ଡିଗାଁ ପଟକୁ କୌଣସି କାମରେ ଯାଉଥିବା ବେଳେ କୁଲେଇଯୋର ନିକଟରେ ଥିବା ବୁଲାଣିରେ ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଛିଟିକି ପଡ଼ିଥିଲେ। ଫଳରେ ଗୁରୁତର ଭାବେ ଆହତ ହୋଇଥିଲେ। ତାଙ୍କୁ କିଛି ଲୋକ ଉଦ୍ଧାର କରି କଲମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତି କରିଥିଲେ ମଧ୍ୟ ତାଙ୍କ ଅବସ୍ଥା ଗୁରୁତର ଥିବାରୁ ପ୍ରାଥମିକ ଚିକିତ୍ସା କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନନ୍ତରିତ କରାଯାଇଛି।

Hot this week

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

ନୀତିନ ନବୀନ ବିଜେପି ର ନୂତନ କାର୍ଯ୍ୟକାରୀ ସଭାପତି

ନୂଆଦିଲ୍ଲୀ: ବିଜେପି ର ନୂତନ କାର୍ଯ୍ୟକାରୀ ସଭାପତି  ଭାବରେ ନୀତିନ ନବୀନ...

କିସ୍‌ ଗସ୍ତ କରିବେ ଓଏସସିପିସିଆର

ସମାଜଲାଇଭ ଡେସ୍କ: କିସ୍‌ ଛାତ୍ର ମୃତ୍ୟୁ ଘଟଣାର ତଦନ୍ତ ପାଇଁ କିସ୍...

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

Related Articles

Popular Categories