www.samajalive.in
Saturday, December 6, 2025
23.1 C
Bhubaneswar

ନବନିଯୁକ୍ତ ଶିକ୍ଷକଙ୍କୁ ଶିକ୍ଷକ ସଂଘ ତରଫରୁ ସ୍ଵାଗତ

ଲାଞ୍ଜିଗଡ: ସରକାରଙ୍କ ନିର୍ଦେଶ କ୍ରମେ ଗତ ୭ ତାରିଖରେ ନୂତନ ଭାବେ ୪୯ ଜଣ କନିଷ୍ଠ ଶିକ୍ଷକ ଓ  ଶିକ୍ଷୟତ୍ରୀ ଲାଞ୍ଜିଗଡ ବ୍ଲକର ବିଭିନ୍ନ ସ୍କୁଲରେ ଯୋଗଦେଇଛନ୍ତି, ଏହି ଅବସର ରେ ଲାଞ୍ଜିଗଡ଼ ପ୍ରାଥମିକ ଶିକ୍ଷକ ସଂଘ ନବନିଯୁକ୍ତ ହୋଇଥିବା ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କୁ ଲାଞ୍ଜିଗଡ ବ୍ଲକ ବିଶ୍ୱନାଥପୁର ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ, ଠାରେ ସ୍ଵାଗତ ସମ୍ବର୍ଦ୍ଧନା  ଆୟୋଜନ କରିଥିଲେ। ଏହି ସଭାରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ଲକ୍ଷ୍ମୀପ୍ରିୟା ମୁଦୁଲି  ଯୋଗ ଦେଇଥିବା ବେଳେ ବିଶିଷ୍ଟ ଅତିଥି ଭାବେ ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ, ଭରତ ଭୂଷଣ ସାହୁ, ସମ୍ମାନିତ ଅତିଥି ଭାବରେ ପୂର୍ବତନ ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ପଦ୍ମଲୋଚନ ସୁନା ଲାଞ୍ଜିଗଡ ପ୍ରାଥମିକ ଶିକ୍ଷକ ସଂଘ ସଭାପତି, ପ୍ରମୋଦ କୁମାର ମହାନ୍ତି, ସମ୍ପାଦକ ଏମ୍.ଏସ୍. ଶେଖର, ଉପଦେଷ୍ଠା  ତପନ କୁମାର ଭୋଇ ପ୍ରମୁଖ ମଞ୍ଚାସିନ ଥିଲେ।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories