www.samajalive.in
Monday, December 8, 2025
27.1 C
Bhubaneswar

ଭଟାଙ୍ଗପଦର ଆଞ୍ଚଳିକ ସାଧନ କେନ୍ଦ୍ରସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ

ଲାଞ୍ଜିଗଡ: ଭଟାଙ୍ଗପଦର ଆଞ୍ଚଳିକ ସାଧନ କେନ୍ଦ୍ରସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଭଟାଙ୍ଗପଦର ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି। ଉଦଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ଲାଞ୍ଜିଗଡ଼ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଭାରତ ଭୁଷଣ ସାହୁ, ସମ୍ମାନିତ ଅତିଥି ଭାବରେ ଭଟାଙ୍ଗପଦର ସରପଞ୍ଚ ଦଶମୀ ମାଝୀ ଏବଂ ସମିତି ସଭ୍ୟ ରୁପେନ ଛତ୍ରିଆ, ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ପ୍ରଜ୍ଞା ପ୍ରିୟଦର୍ଶିନୀ ଶତପଥୀ, ଗୁଣ୍ଡୁରୀ ପ୍ରଧାନ ଶିକ୍ଷକ ଅଶ୍ଵିନୀ ପଟ୍ଟନାୟକ ପ୍ରମୁଖ ଯୋଗଦେଇ କାର୍ଯକ୍ରମକୁ ଉଦଘାଟନ କରିଥିଲେ। ସାଧନ କେନ୍ଦ୍ର ଅଧୀନରେ ଥିବା ୧୬ଟି ବିଦ୍ୟାଳୟରୁ ଛାତ୍ରଛାତ୍ରୀମାନେ ବିଭିନ୍ନ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ। ଉଦଯାପନୀ ସଭାରେ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟରୁ ସୌମେନ୍ଦ୍ରନାଥ ପଟ୍ଟନାୟକ ଏବଂ ପୂର୍ବତନ ପ୍ରଧାନ ଶିକ୍ଷକ ଝସକେତନ ପ୍ରଧାନ ଯୋଗ ଦେଇ ବିଭିନ୍ନ ପ୍ରତିଯୋଗିତାରେ ବିଜୟ ଲାଭ କରିଥିବା ଛାତ୍ର ଛାତ୍ରୀଙ୍କୁ ପୁରସ୍କାର ବିତରଣ କରିଥିଲେ। ପରିଶେଷରେ କୁନି କୁନି ଶିଶୁ ପ୍ରତିଭାମାନଙ୍କୁ ନେଇ ସାଂସ୍କୃତିକ କାର୍ଯକ୍ରମ ଅନୁଷ୍ଠିତ ହେଇଥିଲା। ଏହି କାର୍ଯକ୍ରମକୁ ପରିଚାଳନା କରିଥିଲେ କେଦାର ନାଥ ସାହୁ ଏବଂ ଶ୍ରୀମତୀ ସୁଚରିତା ପୁଟେଲ।  କାର୍ଯକ୍ରମରେ ସମସ୍ତ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ଯୋଗଦେଇ କାର୍ଯକ୍ରମକୁ ସାଫଲ୍ୟମଣ୍ଡିତ କରିଥିଲେ। କାର୍ଯ୍ୟକ୍ରମକୁ ଶିବ ପ୍ରସାଦ ଦାସ, ଆଞ୍ଚଳିକ କେନ୍ଦ୍ର ସଂଯୋଜକ ମନୋଜ କୁମାର ସାହୁ ଶୃଙ୍ଖଳିତ ଭାବରେ ପରିଚାଳନା କରିଥିଲେ। କାର୍ଯ୍ୟକ୍ରମ ଶେଷରେ ଦନାର୍ଦ୍ଦନ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ।

Hot this week

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

Related Articles

Popular Categories