www.samajalive.in
Tuesday, November 18, 2025
16.1 C
Bhubaneswar

ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନା ସହାୟତା ବଣ୍ଟନ

ଫୁଲବାଣୀ: କନ୍ଧମାଳ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଅତିରିକ୍ତ ଜିଲ୍ଲାପାଳ ଅଶୋକ କୁମାର ଭୋଇଙ୍କ ଉପସ୍ଥିତିରେ ଜିଲ୍ଲା ଶ୍ରମ କାର୍ଯ୍ୟାଳୟ କନ୍ଧମାଳ ଓ ଜିଲ୍ଲା ପ୍ରଶାସନ କନ୍ଧମାଳ ପକ୍ଷରୁ କନ୍ଧମାଳ ଜିଲ୍ଲାର ନିର୍ମାଣ ଶ୍ରମିକମାନଙ୍କୁ ନେଇ ଏକ ସହାୟତା ରାଶି ବଣ୍ଟନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏଥ୍‌ରେ ଅତିରିକ୍ତ ଜିଲ୍ଲାପାଳ ଅଶୋକ କୁମାର ଭୋଇ, ଜିଲ୍ଲା ଶ୍ରମ ଅଧିକାରୀ ଶ୍ରୀମତୀ ମୋନାଲିସା ଜେନା, ସୂଚନା ଓ ଲୋକସମ୍ପର୍କ ଅଧିକାରୀ, ପ୍ରଭାକର ମହାରଣା, ସହକାରୀ ଶ୍ରମ ଅଧିକାରୀ ବିଶ୍ବ ରଞ୍ଜନ କହଁର, ପ୍ରମୋଦ କୁମାର ଦେହୁରୀ, ବିଭୁ ପ୍ରସାଦ ସ୍ବାଇଁ ଉପସ୍ଥିତରହି ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନା ସହାୟତା ବଣ୍ଟନ ପରିପ୍ରେକ୍ଷୀରେ ୩୦ ଜଣ ନିର୍ମାଣ ଶ୍ରମିକ କାର୍ଡ ଧାରୀଙ୍କ ପରିବାର ବର୍ଗଙ୍କୁ ୫୯,୨୫,୦୦୦ ଟଙ୍କା ସହାୟତା ରାଶି ପ୍ରଦାନ କରାଯାଇଛି। ସେଥିମଧ୍ୟରୁ ୩୦ ଜଣ ନିର୍ମାଣ ଶ୍ରମିକ କାର୍ଡ ଧାରୀଙ୍କ ପରିବାର ବର୍ଗଙ୍କୁ ମୃତ୍ୟୁ କାଳୀନ ସହାୟତା ବାବଦକୁ ୫୮,୦୦,୦୦୦ ଟଙ୍କା ଏବଂ ୨୫ ଜଣ ପରିବାର ବର୍ଗଙ୍କୁ ଅନ୍ତେଷ୍ଟିକ୍ରିୟା ସହାୟତା ବାବଦକୁ ୧,୨୫,୦୦୦ ଟଙ୍କା ସହାୟତା ପ୍ରଦାନ କରଯାଇଛି।

Hot this week

ଯାଜପୁର ଜିଲା ଜଖପୁର ଜଙ୍କସନରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ

ସମାଜଲାଇଭ ଡେସ୍କ: ଯାଜପୁର ଜିଲା ଜଖପୁର ଜଙ୍କସନରେ ସୋମବାର ରାତିରେ ଏକ...

ପରଲୋକରେ ତାରକା କଣ୍ଠଶିଳ୍ପୀ ହ୍ୟୁମାନ୍‌‌ ସାଗର

କଟକ: ଓଡ଼ିଆ ସଙ୍ଗୀତ ଜଗତର ଉଦୀୟମାନ ଗାୟକ ତଥା ତାରକା କଣ୍ଠଶିଳ୍ପୀ...

୫୦ ବର୍ଷ ପରେ ପ୍ରେକ୍ଷାଳୟକୁ ଫେରୁଛି ‘ଶୋଲେ’

ମୁମ୍ବାଇ ୧୭/୧୧: ଭାରତୀୟ ସିନେମାର କ୍ଲାସିକ୍ ଫିଲ୍ମ "ଶୋଲେ" ପୁଣି ଥରେ ବଡ଼...

ଷ୍ଟେସନରୁ ୮ ଶ୍ରମିକ ଓ ୫ ଶିଶୁ ଉଦ୍ଧାର, ସର୍ଦ୍ଦାର ଗିରଫ

କଣ୍ଟାବାଞ୍ଜି: କଣ୍ଟାବାଞ୍ଜି ରେଳ ଷ୍ଟେସନ ଅଞ୍ଚଳରୁ ୮ଜଣ ଦାଦନ ଶ୍ରମିକଙ୍କ ସହ...

ଦିଲ୍ଲୀ ବିସ୍ଫୋରଣ: ସହଯୋଗୀ ଷଡ଼ଯନ୍ତ୍ରକାରୀ ଆତଙ୍କୀ ଗିରଫ

ସମାଜଲାଇଭ ଡେସ୍କ: ଦିଲ୍ଲୀ ବିସ୍ଫୋରଣ ମାମଲାରେ ଜାତୀୟ ତଦନ୍ତକାରୀ ସଂସ୍ଥା(ଏନଆଇଏ) ସହଯୋଗୀ...

Related Articles

Popular Categories