www.samajalive.in
Wednesday, December 10, 2025
26.1 C
Bhubaneswar

ଦକ୍ଷିଣାଞ୍ଚଳ ରାଜସ୍ୱ ଆୟୁକ୍ତଙ୍କ ତଦନ୍ତ ଆରମ୍ବ 

ଫୁଲବାଣୀ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶ କ୍ରମେ ଦକ୍ଷିଣାଞ୍ଚଳ ରାଜସ୍ୱ ଆୟୁକ୍ତ ରୂପା ରୋଶନ ସାହୁ କନ୍ଧମାଳ ଜିଲ୍ଲାର ଦାରିଙ୍ଗବାଡି ବ୍ଲକର ମାଣ୍ଡିପଙ୍କା ଗ୍ରାମ ପରିଦର୍ଶନ କରିଛନ୍ତି। ସେଠାରେ ପୀଡିତ ପରିବାରର ସଦସ୍ୟ ଏବଂ ଗ୍ରାମବାସୀଙ୍କ ମାନଙ୍କ ସହ ଆଲୋଚନା କରିବା ସହିତ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କ ସହ ମଧ୍ୟ ଆଲୋଚନା କରିଥିଲେ। ଏହାପରେ ସେ ବ୍ରାହ୍ମଣୀଗାଁ ବହୁମୁଖୀ ସମବାୟ ସମିତି ଅଫିସ ପରିଦର୍ଶନ କରି ଚାଉଳ ବଣ୍ଟନ ସମ୍ବନ୍ଧୀୟ ବିଭିନ୍ନ ରେଜିଷ୍ଟର ଦେଖିଥିଲେ ଓ ଅଧିକାରୀ ତଥା ସ୍ଥାନୀୟ ବ୍ୟକ୍ତିବିଶେଷଙ୍କ ସହ ଆଲୋଚନା କରିଥିଲେ। ଆମ୍ବ ଟାକୁଆ ସମ୍ବନ୍ଧିତ ଖାଦ୍ୟ ବିଷାକ୍ତିକରଣ ଜନିତ ମୃତ୍ୟୁର ପ୍ରାଥମିକ ତଦନ୍ତ ପାଇଁ  ଦକ୍ଷିଣାଞ୍ଚଳ ରାଜସ୍ୱ ଆଯୁକ୍ତଙ୍କ ଏହି ଗସ୍ତ ଉଦ୍ଦିଷ୍ଟ ଥିଲା। ଏହି ଗସ୍ତ ସମୟରେ କନ୍ଧମାଳ ଜିଲ୍ଲାପାଳ ଅମ୍ରିତ ଋତୁରାଜ, ଦାରିଙ୍ଗବାଡି ବିଡ଼ିଓ ଏବଂ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।

Hot this week

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

ଇଣ୍ଡିଗୋ ଅଚଳାବସ୍ଥା : ୧୧ଟି ବିମାନବନ୍ଦରରେ କ୍ଷେତ୍ର ଯାଞ୍ଚ ପାଇଁ ଡିଜିସିଏ ନିର୍ଦ୍ଦେଶ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋର ଉଡାଣ କ୍ଷେତ୍ରରେ ବଡ଼ ଧରଣର...

Related Articles

Popular Categories