www.samajalive.in
Monday, December 15, 2025
15.1 C
Bhubaneswar

ଜିଲ୍ଲାସ୍ତରୀୟ ସୁରଭି ଓ କଳା ଉତ୍ସବ ଅନୁଷ୍ଠିତ

ଭବାନୀପାଟଣା: ସ୍ଥାନୀୟ ବ୍ରଜମୋହନ ଉଚ୍ଚ ବିଦ୍ୟାଳୟ ପରିସରରେ ଆଜି ଜିଲ୍ଲାସ୍ତରୀୟ ସୁରଭି ଓ କଳା ଉତ୍ସବ  ଅନୁଷ୍ଠିତ ହେଇଥିଲା। ଉଦଘାତନ୍ୟ କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂଦେଓ, ଅତିରିକ୍ତ ଜିଲ୍ଲାପାଳ ତନ୍ମୟ କୁମାର ଦରୱାନଙ୍କ ସମେତ ଜିଲ୍ଲା ଶିକ୍ଷା ବିଭାଗର ଅଧିକାରୀ ମାନେ ଯୋଗଦେଇ କୃତି ଛାତ୍ରଛାତ୍ରୀଙ୍କ କଳା ନୈପୁଣ୍ୟର ଭୂୟସୀ ପ୍ରଶଂସା କରିଥିଲେ। ଏଥିରେ ଜିଲ୍ଲାର ୧୩ଟି ବ୍ଲକରେ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାର କୃତି ଛାତ୍ରଛାତ୍ରୀ ଯୋଗଦେଇ ୧୦ଟି ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ। କଣ୍ଠ ସଙ୍ଗୀତ, ପ୍ରବନ୍ଧ, ବକ୍ତୃତା, ବିତର୍କ, ପିଏମ୍ ପୋଷଣ ଚିତ୍ରକଳା ଓ ଶିଳ୍ପକଳା, ଦଳଗତ ସାଂସ୍କୃତିକ କାର୍ଯ୍ୟକ୍ରମ, କୁଇଜ୍, ଓଡ଼ିଆ ହସ୍ତାକ୍ଷର ଓ ଶୃତଲିଖନ, ଚିତ୍ରାଙ୍କନ ପ୍ରଭୃତି ପ୍ରତିଯୋଗିତାରେ କୃତୀ ଛାତ୍ରଛାତ୍ରୀଙ୍କୁ ପ୍ରମାଣପତ୍ର ଓ ପୁରସ୍କାର ପ୍ରଦାନ କରାଯାଇଥିଲା। ସେହିପରି କଳା ଉତ୍ସବ ଅନ୍ତର୍ଗତ ଏକକ ଓ ଦଳଗତ କଣ୍ଠ ସଂଗୀତ, ଯନ୍ତ୍ର ସଂଗୀତ, ନୃତ୍ୟ, ଅଭିନୟ, ଚାରୁକଳା, ପାରମ୍ପରିକ ଗଳ୍ପ କଥନ ଆଦି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। କୃତୀ ଛାତ୍ରଛାତ୍ରୀ ମାନଙ୍କୁ ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା। ଶ୍ରେଷ୍ଠ ବିବେଚିତ ଛାତ୍ରଛାତ୍ରୀ ଆଗାମୀ ଦିନରେ ଆୟୋଜିତ ହେବାକୁ ଥିବା ରାଜ୍ୟସ୍ତରୀୟ ଉତ୍ସବରେ ଯୋଗଦେବେ ବୋଲି ଜଣାପଡିଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories