www.samajalive.in
Sunday, December 14, 2025
19.1 C
Bhubaneswar

ବିଜୁ ଜନତା ଦଳର ସଭ୍ୟ ସଂଗ୍ରହ ଅଭିଯାନ

ପାଟଣା: ପାଟଣା ନିର୍ବାଚନ ମଣ୍ଡଳୀ ବିଜୁଜନତାଦଳ ପକ୍ଷରୁ ସଭ୍ୟ ସଂଗ୍ରହ ଅଭିଯାନର ଶୁଭାରମ୍ଭ କରାଯାଇଛି।ଅଭିଯାନକୁ ପୂର୍ବତନ ପାଟଣା ବିଧାୟକ ଜଗନ୍ନାଥ ନାଏକ ଶୁଭାରମ୍ଭ କରିଛନ୍ତି। ପାଟଣା ବ୍ଲକ ଅନ୍ତର୍ଗତ ରାଜନଗର ଗ୍ରାମର ପୁଣ୍ୟତୋୟା ବୈତରଣୀ ତଟ ଶୈବ୍ୟାକାବେରୀ ତୀର୍ଥ ଠାରେ ଏଥିପାଇଁ ସ୍ୱତନ୍ତ୍ର କାର୍ଯ୍ୟକ୍ରମର ଆରମ୍ଭ କରାଯାଇ ଦଳର ଛାମୁଆ ସଂଗଠନର କର୍ମକର୍ତ୍ତା ମାନଙ୍କୁ ସଭ୍ୟ ସଂଗ୍ରହ ବହି ପ୍ରଦାନ କରାଯିବା ସହ ସଦସ୍ୟ ସଦସ୍ୟା ସଂଗ୍ରହ ସମୟରେ ତଥ୍ୟ ଲିପିବଦ୍ଧ ସମ୍ପର୍କରେ ସୂଚନା ଦିଆଯାଇଥିଲା। ପୂର୍ବତନ ବିଧାୟକ ଶ୍ରୀ ନାଏକଙ୍କ ସହ ଜିଲ୍ଲା ଜିଲ୍ଲା ପରିଷଦ ସଦସ୍ୟ ବୁଦ୍ଧଦେବ ମହାକୁଡ଼, ବରିଷ୍ଠ ସଦସ୍ୟ କୃଷ୍ଣଚନ୍ଦ୍ର ମହାପାତ୍ର, ପ୍ରସନ୍ନ କୁମାର ରାଜ, ବିପ୍ଳବ କୁମାର ପୃଷ୍ଟି ପ୍ରମୁଖ ବହୁ କର୍ମକର୍ତ୍ତା ସଦସ୍ୟ ସଂଗ୍ରହ ଅଭିଯାନରେ ସାମିଲ ଥିଲେ।

Hot this week

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

under19 ଏସିଆ କପ୍ ରେ ଭାରତଠୁ ହାରିଲା ପାକିସ୍ତାନ, ବୋଲିଂରେ କମାଲ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ

ସମାଜ ନ୍ୟୁଜ ଡେସ୍କ- ପୁଣି ଭାରତଠାରୁ ହାରିଲା ପାକିସ୍ତାନ । under-19...

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

Related Articles

Popular Categories