www.samajalive.in
Wednesday, December 10, 2025
18.1 C
Bhubaneswar

ଶିଶୁ ମହୋତ୍ସବ ସରର୍ଗିଫୁଲ ୨୦୨୪ ପାଳିତ

ପଦ୍ମପୁର: ରାୟଗଡା ଜିଲ୍ଲା ପଦ୍ମପୁର ବ୍ଲକ ଅନ୍ତର୍ଗତ ଖିଲାମୁଣ୍ଡା ସରକାରୀ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ବ୍ଲକ ସ୍ତରୀୟ ଶିଶୁ ମହୋତ୍ସବ ସରର୍ଗିଫୁଲ -୨୦୨୪” ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ ବ୍ଲକ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ସସ୍ମିତା ରଥଙ୍କ ସଭାପତିତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ ଗୁଣପୁର ବିଧାୟକ ସତ୍ୟଜିତ ଗମାଙ୍ଗ, ସମ୍ମାନିତ ଅତିଥି ଭାବେ ପଞ୍ଚାୟତ ସମିତି ଅଧ୍ୟକ୍ଷା ମଣିମାଳା ଶବର, ପଞ୍ଚାୟତ ସମିତି ଉପାଧ୍ୟକ୍ଷ ରମେଶ ଚନ୍ଦ୍ର ସାହୁ, ଆଖୁସିଙ୍ଗ ସରପଞ୍ଚ ପୂର୍ଣ୍ଣବାସୀ ଶବର, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ରଞ୍ଜନ ଶବର, ସରକାରୀ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ବାଳିକା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ସୁନିଲ କୁମାର ପାଢ଼ୀ, ସରକାରୀ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ବାଳିକା ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ କୁମକୁମ ସ୍ୱାଇଁ  ପ୍ରମୁଖ ମଞ୍ଚାସୀନ ଥିଲେ। ମୁଖ୍ୟ ଅତିଥି ଶ୍ରୀ ଗମାଙ୍ଗ ଏହି କାର୍ଯ୍ୟକ୍ରମ ମାଧ୍ୟମରେ ଶିଶୁ ମାନଙ୍କ ଅନ୍ତର୍ନିହିତ ପ୍ରତିଭାର ବିକାଶ ହେବା ସହ ସେମାନଙ୍କ ଚିନ୍ତନ ଶକ୍ତିର ବିକାଶ ହୋଈଥାଏ ବୋଲି ମତ ପୋଷଣ କରିଥିଲେ। ମୁଖ୍ୟ ବକ୍ତା ବହୁପଦର ଆଶ୍ରମ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରାଜକିଶୋର ପାଣିଗ୍ରାହୀ  ସମସ୍ତଙ୍କୁ ସମ୍ବୋଧନ କରି କହିଥିଲେ ଯେ, ଶୈକ୍ଷିକ କାର୍ଯ୍ୟକ୍ରମ ସହ ସହ-ଶୈକ୍ଷିକ କାର୍ଯ୍ୟକ୍ରମ ହେବା ଫଳରେ ଶିକ୍ଷାର୍ଥି ମାନଙ୍କର ମନୋବଳ ଦୃଢ ହୋଇଥାଏ ଏବଂ ସେମାନେ ଭବିଷ୍ୟତରେ ନିଜକୁ ପ୍ରତିଷ୍ଠିତ କରିପାରିଥାନ୍ତି।

କାର୍ଯ୍ୟକ୍ରମରେ ପଦ୍ମପୁର ବ୍ଲକର  ସମସ୍ତ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ବିଦ୍ୟାଳୟର ପ୍ରାୟ ୧୫୦ ଜଣ ଛାତ୍ର ଛାତ୍ରୀ ବିଭିନ୍ନ ପ୍ରତିଯୋଗୀତାରେ ଅଂଶଗ୍ରହଣ କରିଥିଲେ। ସାଂସ୍କୃତିକ କାର୍ଯ୍ୟକ୍ରମ ସମସ୍ତଙ୍କ ମନ ମୋହିଥିବା ବେଳେ ବିଦ୍ୟାର୍ଥୀ ମଧ୍ୟରେ ଅପୂର୍ବ ଉଲ୍ଲାସ ଦେଖିବାକୁ ମିଳିଥିଲା। ଶିକ୍ଷକ ବୃନ୍ଦାବନ ସାହୁ, ବନଧର ଶବର, ନରେନ୍ଦ୍ର ନାଥ ମେନେକା, ସଂଯୁକ୍ତା ରଥ, ଦୀପ୍ତିମୟୀ ପଣ୍ଡା, ସାଧନା ନାୟକ, ଭୂମିକା ଗମାଙ୍ଗ, ଲୋକେ ଶ୍ୱରୀ ବିଡିକା, ସୁନିତା କୁମାରୀ ତେରେନିଆ ଓ ବ୍ଲକର ସମସ୍ତ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ ପୂର୍ଣ୍ଣ ମାତ୍ରାରେ ସହଯୋଗ କରିଥିଲେ। ଏଥିରେ ମାଳତୀପୁର ଆଶ୍ରମ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ମୋହନ ମାଝୀ ସଂଯୋଜନା କରିଥିଲେ।

Hot this week

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

ଭାରସାମ୍ୟ ହରାଇ ଓଲଟିଲା ଟ୍ରକ

ଫୁଲବାଣୀ :କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ଛକ ନିକଟ ବର ଗଛ...

ଭୁବନେଶ୍ୱର ସମେତ, କଟକ, ସମ୍ବଲପୁର, ରାଉରକେଲା, ବ୍ରହ୍ମପୁର ପୁରୀରେ ହେବ ଟାଉନ୍‌ ପ୍ଲାନିଂ

ଭୁବନେଶ୍ୱର: ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ତଥା ଭୁବନେଶ୍ୱର ଉନ୍ନୟନ...

ଆପଣଙ୍କ ବିଦ୍ୟୁତ୍‌ ବିଲ୍‌ କମାଇଦେବ AI

ନୂଆଦିଲ୍ଲୀ - ଏବେ ଏଆଇ ବା କୃତ୍ରିମ ବୁଦ୍ଧିମତାକୁ ନେଇ ଅନେକ...

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

Related Articles

Popular Categories