www.samajalive.in
Thursday, December 11, 2025
16.1 C
Bhubaneswar

ଜାତୀୟ ଶିକ୍ଷା ଦିବସ ପାଳିତ

କେନ୍ଦୁଝରଗଡ଼: ସରକାରୀ ମହିଳା ମହାବିଦ୍ୟାଳୟ କେନ୍ଦୁଝର ପକ୍ଷରୁ ସୋମବାର ଜାତୀୟ ଶିକ୍ଷା ଦିବସ ପାଳିତ ହୋଇଯାଇଛି। ମହାବିଦ୍ୟାଳୟର ଶିକ୍ଷା ବିଭାଗ ପକ୍ଷରୁ ଆୟୋଜିତ ଏହି ଉପଲକ୍ଷେ ଆୟୋଜିତ କାର୍ଯ୍ୟକ୍ରମରେ ଅଧ୍ୟକ୍ଷ ଡ. ପ୍ରଭାକର ନାୟକ ଅଧ୍ୟକ୍ଷତା କରିଥିବା ବେଳେ ଶିକ୍ଷା ବିଭାଗ ମୁଖ୍ୟ ପ୍ରଫେସର ରାମଚନ୍ଦ୍ର ମଲ୍ଲ କାର୍ଯ୍ୟକ୍ରମର ଆଭିମୁଖ୍ୟ ସମ୍ପର୍କରେ ସୂଚନା ପ୍ରଦାନ କରିଥିଲେ। ମହାବିଦ୍ୟାଳୟର ପ୍ରଶାସନିକ ଅଧିକାରୀ ଡ. ଲଳିତ ରଞ୍ଜନ ସାହୁ ଏଥିରେ ଯୋଗଦେଇ ଶିକ୍ଷା ସମ୍ପର୍କିିତ ସଚେତନତା ବାର୍ତ୍ତା ବାଣ୍ଟିଥିଲେ। ମହାବିଦ୍ୟାଳୟର ଏକାଡେମିକ ଅଧିକାରୀ ଡ. ଧର୍ମବୀର ମୋହନସିଂ ସମ୍ପ୍ରତି ସମାଜରେ ଶିକ୍ଷାର ବିନିଯୋଗ ଓ ଉପାଦେୟ ସମ୍ପର୍କରେ ଆଲୋକପାତ କରିଥିଲେ। ଅର୍ଥନୀତି ଅଧ୍ୟାପିକା ଡ. ବାଣିଶ୍ରୀ ଦାଶଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ଶେଷରେ ଶିକ୍ଷା ବିଭାଗ ଅଧ୍ୟାପିକା ପ୍ରଜ୍ଞା ପରମିତା ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ। ଶିକ୍ଷା ବିଭାଗର ସମସ୍ତ ଛାତ୍ରୀ, ଅଧ୍ୟାପିକା, ଅଧ୍ୟାପକ, ମହାବିଦ୍ୟାଳୟର କଳା, ବିଜ୍ଞାନ ଓ ବାଣିଜ୍ୟ ବିଭାଗର ଛାତ୍ରୀ ଏଥିରେ ଯୋଗଦେଇ କାର୍ଯ୍ୟକ୍ରମକୁ ସଫଳ କରିଥିଲେ।

ସେହିପରି ଧରଣୀଧର ବିଶ୍ୱବିଦ୍ୟାଳୟ କେନ୍ଦୁଝର ପକ୍ଷରୁ ସୋମବାର ଜାତୀୟ ଶିକ୍ଷା ଦିବସ ପାଳିତ ହୋଇଯାଇଛି। ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ପ୍ରତାପ କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ଇନ୍ଦିରାଗାନ୍ଧୀ ଜାତୀୟ ମୁକ୍ତ ବିଶ୍ୱବିଦ୍ୟାଳୟର ପ୍ରଫେସର ନିରାଧର ଦେ ଆଭାସୀ ଯୋଗେ ମୁଖ୍ୟବକ୍ତା ଭାବେ ଯୋଗଦେଇ ଜାତୀୟ ଶିକ୍ଷାନୀତି, ଶିକ୍ଷାରେ ପ୍ରଜୁକ୍ତିବିଦ୍ୟା, ଶିକ୍ଷାର ଗୁଣବତ୍ତା ଓ ମୌଲାନା ଆବୁଲ କଲାମ ଆଜାଦଙ୍କ ଶିକ୍ଷାକ୍ଷେତ୍ରରେ ଅବଦାନ ସମ୍ପର୍କରେ ସବିଶେଷ ଆଲୋଚନା କରିଥିଲେ। ବିଶ୍ୱବିଦ୍ୟାଳୟର ଶିକ୍ଷା ବିଭାଗ ମୁଖ୍ୟ ଡ. ଜଗନ୍ନାଥ କୁଅଁର ପ୍ରାରମ୍ଭରେ ସ୍ୱାଗତଭାଷଣ ପ୍ରଦାନ କରିଥିବା ବେଳେ ସହକାରୀ ପ୍ରାଧ୍ୟାପକ ଦିନେଶ ମହାରଣା ଅତିଥି ପରିଚୟ ପ୍ରଦାନ କରିଥିଲେ। ସହକାରୀ ପ୍ରାଧ୍ୟାପକ ପର୍ଶୁରାମ ସାହୁ ଶିକ୍ଷା ଦିବସର ଉଦ୍ଦେଶ୍ୟ ସମ୍ପର୍କରେ ନିଜର ଅଭିବ୍ୟକ୍ତି ପ୍ରଦାନ କରିଥିଲେ। ଛାତ୍ର ଜ୍ଞାନରଞ୍ଜନ ବାରିକ, ଛାତ୍ରୀ ସୁଦୀପ୍ତା ବାରିକ, ଭାଗ୍ୟଶ୍ରୀ ଶତପଥୀ ପ୍ରମୁଖ ଏହି କାର୍ଯ୍ୟକ୍ରମରେ ଯୋଗଦେଇ ଜାତୀୟ ଶିକ୍ଷା ଦିବସର ଆଭିମୁଖ୍ୟ ସମ୍ପର୍କରେ ନିଜ ନିଜର ମତବ୍ୟକ୍ତ କରିଥିଲେ। ଛାତ୍ର ବିକାଶ ନାହାକ, ବଟକୃଷ୍ଣ ନାଏକ, ଧବଳେଶ୍ୱର ମହାନ୍ତ ପ୍ରମୁଖ ଯୋଗଦେଇ ଜାତୀୟ ଶିକ୍ଷାନୀତି ଆଧାରିତ କ୍ଷୁଦ୍ର ନାଟକ ପରିବେଷଣ କରିଥିଲେ। ଶେଷରେ ଡ. ସ୍ମୀତାରାଣୀ ବେହେରା ଧନ୍ୟବାଦ ଅର୍ପଣ କରିଥିଲେ।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories