www.samajalive.in
Sunday, December 7, 2025
15.1 C
Bhubaneswar

ବିଦ୍ୟାଳୟସ୍ତରୀୟ ଗଣିତ, ବିଜ୍ଞାନ ଓ ଏଫ୍‌‌ଏଲ୍‌‌ଏନ୍‌‌ ମେଳା ଅନୁଷ୍ଠିତ

କେନ୍ଦୁଝରଗଡ଼: କେନ୍ଦୁଝର ସହର ଉପକଣ୍ଠ ସରକାରୀ ଉଚ୍ଚପ୍ରାଥମିକ ବିଦ୍ୟାଳୟ ଗୋବିନ୍ଦପୁର ଠାରେ ମଙ୍ଗଳବାର ବିଦ୍ୟାଳୟସ୍ତରୀୟ ଗଣିତ, ବିଜ୍ଞାନ ଓ ଏଫ୍‌‌ଏଲ୍‌‌ଏନ ମେଳା ଅନୁଷ୍ଠିତ ହୋଇଯାଇଛି। ଜିଲା ଶିକ୍ଷା ପ୍ରଶିକ୍ଷଣ ପ୍ରତିଷ୍ଠାନ କେନ୍ଦୁଝରର ଅଧ୍ୟକ୍ଷା କଲ୍ୟାଣୀ ମାଝୀ ଓ ଶିକ୍ଷାବିତ ସୁରେଶ ଚନ୍ଦ୍ର ବଳ ଅତିଥି ଭାବେ ଯୋଗଦେଇ ଏହି ମେଳାକୁ ଉଦ୍‌‌ଘାଟନ କରିବା ଅବସରରେ ବିଜ୍ଞାନର ଉନ୍ନତି ଦ୍ୱାରା ସମାଜର ପ୍ରଗତି ସାଧିତ ହୋଇଉପାରିବ ବୋଲି ମତବ୍ୟକ୍ତ କରିଥିଲେ। ବିଦ୍ୟାଳୟ ପରିଚାଳନା ସମିତି ସଭାପତି କୁନା ଚନ୍ଦ୍ର ଜେନା ଓ ସଦସ୍ୟ ଦେବେନ୍ଦ୍ର କୁମାର ରାଉତ ଅତିଥି ଭାବେ ଯୋଗଦେଇ ବିଭିନ୍ନ ପ୍ରକଳ୍ପ ବୁଲି ଦେଖିବା ସହ ଅଂଶଗ୍ରହଣକାରୀ ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ। ଏଫ୍‌‌ଏଲ୍‌‌ଏନରେ ୧୫ଟି, ଗଣିତରେ ୧୮ଟି ଓ ବିଜ୍ଞାନରେ ୨୨ଟି ପ୍ରକଳ୍ପ ପ୍ରଦର୍ଶିତ ହୋଇଥିବା ବେଳେ ଶ୍ରେଷ୍ଠ ଦୁଇଟି ପ୍ରକଳ୍ପକୁ ବ୍ଲକସ୍ତରୀୟ ବିଜ୍ଞାନ ମେଳାରେ ଅଂଶଗ୍ରହଣ ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି। ଶିକ୍ଷକ ଉମାଶଙ୍କର ମିଶ୍ର, ବିଜୟ କୁମାର ମିଶ୍ର ଓ ରଞ୍ଜିତାରାଣୀ ମଲ୍ଲିକ ବିଚାରକ ଭାବେ ଯୋଗଦେଇ କୃତୀ ପ୍ରତିଯୋଗୀ ଚୟନ କରିଥିଲେ। ପ୍ରଧାନଶିକ୍ଷୟିତ୍ରୀ ତିଳୋତ୍ତମା ସାହୁଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଏହି ମେଳା ପରିଚାଳିତ ହୋଇଥିବା ବେଳେ ଶିକ୍ଷୟିତ୍ରୀ ସୁସ୍ମିତା ପ୍ରିୟମ୍ବଦା ରାଉତ, ସ୍ୱର୍ଣ୍ଣଲତା ନାୟକ, ଶୁଭଶ୍ରୀ ମହାନ୍ତ ପ୍ରମୁଖ ସହଯୋଗ କରିଥିଲେ। ଶେଷରେ ଅଷ୍ଟମଶ୍ରେଣୀ ଛାତ୍ର ସୋମ୍ୟରଞ୍ଜନ ବାରିକ ଓ ସୁଦୀପ୍ତ ମହାନ୍ତଙ୍କୁ ପୁରସ୍କୃତ କରଯାଇଥିଲା।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories