www.samajalive.in
Monday, December 8, 2025
20.1 C
Bhubaneswar

ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ

କେନ୍ଦୁଝରଗଡ଼: ପଳାଶପଙ୍ଗା ପଞ୍ଚାୟତ କାର୍ଯ୍ୟାଳୟରେ ବୁଧବାର ସଦର ବ୍ଲକସ୍ତରୀୟ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ୨୨୫ଜଣ ଭିନ୍ନକ୍ଷମ ପଞ୍ଜିକୃତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୭୦ଜଣଙ୍କୁ ଅନ୍‌‌ଲାଇନ ଭିନ୍ନକ୍ଷମ ପ୍ରମାଣପତ୍ର ପ୍ରଦାନ, ୧୫ଜଣଙ୍କୁ ବସ୍‌‌ ଯୋଗେ ଯାତାୟାତ ନିମନ୍ତେ ରିହାତି ପାସ୍‌‌ ପ୍ରଦାନ, ୧୩ଜଣଙ୍କୁ ସ୍ୱତନ୍ତ୍ର ଋଣ ଯୋଜନାରେ ସାମିଲ କରାଯାଇଥିବା ବେଳେ ୨୫ଜଣ ହିତାଧିକାରୀଙ୍କୁ ପେନସନ ପ୍ରଦାନ ନିମନ୍ତେ ଚୟନ କରାଯାଇଥିବା ସଦର ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ପ୍ରସନ୍ନ କୁମାର ମହାନ୍ତ କହିଛନ୍ତି।

ପଳାଶପଙ୍ଗା ସରପଞ୍ଚ ବାସନ୍ତୀ ନାଏକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସଦର ଗୋଷ୍ଠୀ ଉନ୍ନୟନ ଅଧିକାରୀ ବିନୋଦ ଚନ୍ଦ୍ର ପଣ୍ଡା, ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଭାଗବତ ନାଏକ, ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ ଭୁବନେଶ୍ୱରୀ ମହାନ୍ତ ପ୍ରମୁଖ ଉପସ୍ଥିତ ରହି ଶିବିରରେ ଯୋଗ ଦେଇଥିବା ଭିନ୍ନକ୍ଷମ ହିତାଧିକାରୀଙ୍କୁ ସରକାରଙ୍କ ବିଭିନ୍ନ ଯୋଜନାରେ ସାମିଲ କରିଥିଲେ। ସଦର ବ୍ଲକ କାର୍ଯ୍ୟାଳୟ ଓ ଜିଲା ସାମାଜିକ ସୁରକ୍ଷା ଓ ସଶକ୍ତିକରଣ କାର୍ଯ୍ୟାଳୟର କର୍ମଚାରୀ ଯୋଗଦେଇ ଶିବିର ଆୟୋଜନ ଓ ପରିଚାଳନାରେ ସହଯୋଗ କରିଥିଲେ।

Hot this week

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

Related Articles

Popular Categories