www.samajalive.in
Sunday, December 7, 2025
14.1 C
Bhubaneswar

ରାହାସ ପୂର୍ଣ୍ଣିମା ପାଇଁ ଆଖଣ୍ଡଳମଣିଙ୍କ ମନ୍ଦିରରେ ପ୍ରସ୍ତୁତି ଚୂଡାନ୍ତ

ଆରଡି: ପବିତ୍ର ପଞ୍ଚକବ୍ରତ ଓ ରାହାସପୂର୍ଣ୍ଣିମା ପାଇଁ ଉତ୍ସବ ମୁଖର ହୋଇ ଉଠିଛି ପୁରାତନ ଶୈବକ୍ଷେତ୍ର ଆରଡିଧାମର ବାବା ଆଖଣ୍ଡଳମଣିଙ୍କ ମନ୍ଦିର। ଆଜି ଦୁର୍ଲଭ ହରଗୌରୀ ବେଶରେ ଦର୍ଶନ ଦେବେ ଭକ୍ତଙ୍କୁ।ମଣିବାବାଙ୍କ ମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହୋଇଥାଏ କାର୍ତ୍ତିକମାସରେ। ଭୋର ୪ଟାରେ  ଦ୍ଵାର ଫିଟା ନୀତି ସହ ମଙ୍ଗଳ ଆଳତୀ, ଘର୍ଷଣଲାଗି, ଜଳାଭିଷେକ ନୀତି ସହ ବାବାଙ୍କୁ ଦିଗମ୍ବର ବେଶରେ ସଜ୍ଜିତ କରାଯାଇ ପହିଲା ଭୋଗ ଲାଗି କାରାଯାଉଛି। ସକାଳ ୫ଟାରୁ ଆଗନ୍ତୁକ ଭକ୍ତମାନଙ୍କର ଦର୍ଶନ ଓ ପୂଜାର୍ଚ୍ଚନା ପାଇଁ ରାତ୍ର ୧୦ଟା ଯାଏଁ ସାହଣମେଲା କରାଯାଉଛି। ଭକ୍ତମାନଙ୍କର ଭିଡକୁ ଦୃଷ୍ଟିରେ ରଖି ମନ୍ଦିର ଓ ପୋଲିସ ପ୍ରଶାସନ ପକ୍ଷରୁ ମନ୍ଦିର ଭିତରେ ଓ ବାହାରେ କଡା ସୁରକ୍ଷା ବ୍ୟବସ୍ଥା ସହିତ ଦର୍ଶନ ପାଇଁ ସ୍ଵତନ୍ତ୍ର ବ୍ୟାରିକେଡ ବ୍ୟବସ୍ଥା କରାଯାଇଛି। ତାହାସହ ଜଳପଥରେ ଆସୁଥିବା ଭକ୍ତମାନେ ଯେପରି ସୁରକ୍ଷିତ ଭାବେ ମଣିବାବାଙ୍କ ପୀଠକୁ ଆସି ଫେରିବେ ସେଥିପାଇଁ ୩ଟି  ନଦୀଘାଟରେ ନିୟୋଜିତ ଥିବା ମଟରବୋଟରେ ଅଧିକ ସଂଖ୍ୟକ ଯାତ୍ରୀ ପାରି ନକିରିବାକୁ  ବୋଟ ଚାଳକଙ୍କୁ ତାଗିଦ କରିଛି ପ୍ରଶାସନ।

Hot this week

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

ଜାନୁଆରୀ ୨୦ରେ ଓଏସ୍‌ଏସ୍‌ଟିଇଟି

କଟକ: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ...

ସୁନା ଲିଜ୍‌ ବା ଭଡା ଦେଇ ରୋଜଗାର

ନୂଆଦିଲ୍ଲୀ - ଅନେକ ଲୋକ ଗୋଲ୍ଡ ବଣ୍ଡ ସହ ସୁନାରେ ଟଙ୍କା...

Related Articles

Popular Categories