www.samajalive.in
Monday, December 15, 2025
15.1 C
Bhubaneswar

ହରିକ୍ରାନ୍ତା ଶିକ୍ଷାଶ୍ରମରେ ବାର୍ଷିକ କ୍ରୀଡା ପ୍ରତଯୋଗିତା

ଆଠଗଡ: ଆଠଗଡ ବ୍ଲକର ରାଜନଗରସ୍ଥିତ ହରିହରାନନ୍ଦ ଶିକ୍ଷାଶ୍ରମରେ ଦୁଇଦିନିଆ ବାର୍ଷିକ କ୍ରୀଡା ଉତ୍ସବ ଶୁକ୍ରବାର ଉଦଯାପିତ ହୋଇଯାଇଛି। ତିଗିରିଆର ପିପି ଦେବ କଲେଜର ପ୍ରାକ୍ତନ ଅଧ୍ୟକ୍ଷା ପ୍ରଫେସର ଡଃ ସୁଧାଂଶୁବାଳା ଦାସ ମୁଖ୍ୟଅତିଥି ଏବଂ ରାଜନଗର ପଞ୍ଚାୟତର ପୂର୍ବତନ ସରପଞ୍ଚ ମହେନ୍ଦ୍ର କୁମାର ପରିଡା ସମ୍ମାନିତ ଅତିଥି ଭାବେ ଯୋଗଦେଇ ଗୁରୁବାର ଏହି କ୍ରୀଡା ଉତ୍ସବକୁ ଉଦଘାଟନ କରିଥିଲେ। ଏହି ବାର୍ଷିକ କ୍ରୀଡା ଉତ୍ସବରେ ସ୍କୁଲର ୭ଟି ଶ୍ରେଣୀର ୯୪ଜଣ ବିଦ୍ୟାର୍ଥୀ ୧୩ଟି କ୍ରୀଡା ବିଭାଗରେ ଅଂଶଗ୍ରହଣ କରିଥିଲେ। ସେମାନଙ୍କ ମଧ୍ୟରୁ ୪୧ ଜଣ କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା। ଶିକ୍ଷାଶ୍ରମର ଅଧ୍ୟକ୍ଷା ପ୍ରିୟଙ୍କା ସାହୁଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ଉଦଯାପନୀ ଉତ୍ସବରେ ମୁଖ୍ୟଅତିଥି ରୂପେ ବେତଖୋଲିସ୍ଥିତ ହରିହରାନନ୍ଦ ଆଶ୍ରମର ମୁଖ୍ୟ ଆଞ୍ଜନେୟାନନ୍ଦ ଗିରି ଯୋଗଦେଇ କ୍ରୀଡାର ଆବଶ୍ୟକତା ଓ ଉପାଦେୟତା ବିଷୟରେ ଆଲୋକପାତ କରିଥିଲେ। ଏଥିରେ ସମ୍ମାନିତ ଅତିଥି ଭାବେ ଶିକ୍ଷାବିତ ବିମଳୀ ଦାଶ, ଡଃ ସୁଧାଂଶୁବାଳା ଦାସ, ନିରୁପମା ସାମଲ ଓ ଚିତ୍ତରଞ୍ଜନ ରାଉତ ପ୍ରମୁଖ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ଶିକ୍ଷା ସହିତ କ୍ରୀଡା ପାଇଁ ଉତ୍ସାହିତ କରିଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories