www.samajalive.in
Sunday, December 14, 2025
26.1 C
Bhubaneswar

ସର୍ଗିଫୁଲ ମହୋତ୍ସବ ଅନୁଷ୍ଠିତ

କନ୍ଧମାଳ :କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ପଞ୍ଚାୟତ ଅନ୍ତର୍ଗତ ଆଦିବାସୀ ଉନ୍ନୟନ ବିଭାଗ ଦ୍ୱାରା ପରିଚାଳିତ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ନେଡିପଦର ବିଦ୍ୟାଳୟ ପରିସରରେ ବ୍ଲକ ସ୍ଥରୀୟ ସର୍ଗି ଫୁଲ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠିତ କାର୍ଯ୍ୟକ୍ରମରେ ବ୍ଲକ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ଇପ୍ସିତା ଜେନା ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଏହି କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ। ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ନେଡିପଦର ପ୍ରଧାନ ଶିକ୍ଷକ ରଞ୍ଜନ କୁମାର ପାଢ଼ୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଅନ୍ୟ ମାନଙ୍କ ମଧ୍ୟରେ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଫିରିଙ୍ଗିଆର ବରିଷ୍ଠ ଶିକ୍ଷକ ଉମେଶ ଚନ୍ଦ୍ର ବେହେରା, ଗୋଚ୍ଛାପଡା ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ରମେଶ କୁମାର ସାହୁ, ଦାମିଙ୍ଗିଆ ବାଳିକା ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ପର୍ଶୁରାମ କହଁର ଯୋଗ ଦେଇଥିଲେ। ସର୍ଗିଫୁଲ କାର୍ଯ୍ୟକ୍ରମ ଅବସରରେ ବିଭିନ୍ନ ପ୍ରତିଯୋଗିତା ବକ୍ତୃତା, ସୃଜନାତ୍ମକ ଲିଖନ, କୁଇଜ ଚିତ୍ରାଙ୍କନ, ଭଳି ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ବିଚାରକ ଭାବରେ ଫିରିଙ୍ଗିଆ ଅଞ୍ଚଳର ମଞ୍ଚ କଳାକାର ପ୍ରଦୀପ ମହାପାତ୍ର, ସୁବ୍ରତ କୁମାର ମହାନ୍ତି ଓ ଅକ୍ଷୟ କର୍ଣ୍ଣ ଥିଲେ। ବିଭିନ୍ନ ଅତିଥି ମାନଙ୍କ ଦ୍ୱାରା ପୁରସ୍କାର ପ୍ରଦାନ କରାଯାଇଥିଲା।

Hot this week

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

ନିତିନ ନବୀନ ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି

ନୂଆଦିଲ୍ଲୀ: ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି ଭାବରେ ନିତିନ ନବୀନ ମନୋନୀତ...

କିସ୍‌ ଗସ୍ତ କରିବେ ଓଏସସିପିସିଆର

ସମାଜଲାଇଭ ଡେସ୍କ: କିସ୍‌ ଛାତ୍ର ମୃତ୍ୟୁ ଘଟଣାର ତଦନ୍ତ ପାଇଁ କିସ୍...

Related Articles

Popular Categories