ରାଇକିଆ: ରାଇକିଆ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ବାର୍ଷିକ ଉତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି। ଅଧ୍ୟକ୍ଷ ଅମିୟ କୁମାର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଜି ଉଦୟଗିରି ବିଧାୟକ ପ୍ରଫୁଲ୍ଲ ଚନ୍ଦ୍ର ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହି କାର୍ଯ୍ୟକ୍ରମର ଉଦଘାଟନ କରିଥିଲେ। ତାଙ୍କ ଅଭିଭାଷଣରେ ଶୃଙ୍ଖଳିତ ଛାତ୍ର ଜୀବନ ଓ ଉତ୍ତମ ଭବିଷ୍ୟତ ପାଇଁ ଛାତ୍ରମାନଙ୍କୁ ଉତ୍ସାହିତ କରିଥିଲେ। ରାଇକିଆ ଗୋଷ୍ଠୀ ଉନ୍ନୟନ ଅଧିକାରୀ ସିମାଞ୍ଚଳ ମଣ୍ଡଳ ମୁଖ୍ୟ ବକ୍ତା ଭାବେ ଯୋଗ ଦେଇ ଥିଲେ। ସମ୍ମାନିତ ଅତିଥି ଭାବେ ରାଇକିଆ ସରପଞ୍ଚ ଗୀତାଞ୍ଜଳି ନାୟକ ଯୋଗ ଦେଇଥିଲେ। ବିଦ୍ୟାଳୟର ସମସ୍ତ ଶିକ୍ଷକ ଓ ଶିକ୍ଷୟତ୍ରୀ ମାନେ ଏହି କାର୍ଯ୍ୟକ୍ରମକୁ ପରିଚାଳନା ଓ ସଂଯୋଜନା କରିଥିଲେ ବିଭିନ୍ନ ପ୍ରତିଯୋଗିତାରେ କୃତୀ ପ୍ରତିଯୋଗୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା।
Popular Categories



