www.samajalive.in
Monday, December 15, 2025
17.1 C
Bhubaneswar

ମହିଳା କନିଷ୍ଠ କଲେଜରେ ବାର୍ଷିକ କ୍ରୀଡା

ଆଠଗଡ: ଆଠଗଡସ୍ଥିତ ଗୋପବନ୍ଧୁ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ (କନିଷ୍ଠ କଲେଜ)ର ଦୁଇଦିନିଆ ବାର୍ଷିକ କ୍ରୀଡା ଉତ୍ସବ ଉଦଯାପିତ ହୋଇଯାଇଛି। ପୂର୍ବତନ ପ୍ରଧାନମନ୍ତ୍ରୀ ଡ.ମନମୋହନ ସିଂହଙ୍କ ପରଲୋକ ଯୋଗୁଁ ରାଷ୍ଟ୍ରୀୟ ଶୋକ ପାଳନ ହେଉଥିବାରୁ ଶନିବାର ଉଦଯାପନ ଉତ୍ସବ ନିରାଡମ୍ବର ଭାବେ ପାଳନ କରାଯାଇଥିଲା। ପ୍ରାରମ୍ଭରେ ସ୍ବର୍ଗତ ପ୍ରଧାନମନ୍ତ୍ରୀ ଡ.ସିଂହଙ୍କ ଅମର ଆତ୍ମାର ସଦଗତି କାମନା ପୂର୍ବକ ନୀରବ ପ୍ରାର୍ଥନା କରାଯାଇଥିଲା। ପରେ କଲେଜ ଅଧ୍ୟକ୍ଷା ସଂଯୁକ୍ତା ମହାପାତ୍ରଙ୍କ ସଭାପତିତ୍ବରେ ଅନୁଷ୍ଠିତ ପୁରସ୍କାର ବିତରଣ ଉତ୍ସବରେ ମୁଖ୍ୟ ଅତିଥି ଭାବେ ସହକାରୀ ଜିଲ୍ଲାପାଳ ମାନସ ରଞ୍ଜନ ବେହେରା ନିଜ ବକ୍ତବ୍ୟରେ କ୍ରୀଡାର ଆବଶ୍ୟକତା ଓ ଉପକାରିତା ସମ୍ପର୍କରେ ଆଲୋକପାତ କରିଥିଲେ। ସମ୍ମାନିତ ଅତିଥି ଭାବେ ପ୍ରାଧ୍ୟାପିକା ସ୍ନେହଲତା ତ୍ରିପାଠୀ ଶାରୀରିକ ଓ ମାନସିକ ବିକାଶ ସହିତ ଶୃଙ୍ଖଳିତ ଜୀବନ ପାଇଁ କ୍ରୀଡା ତଥା ବ୍ୟାୟାମ ଜରୁରୀ ବୋଲି ମତପ୍ରକାଶ କରିଥିଲେ। ଶାରୀରିକ ଶିକ୍ଷା ଅଧ୍ୟାପିକା ବିଜୟାଲକ୍ଷ୍ମୀ ମହାନ୍ତିଙ୍କ ପରିଚାଳନାରେ ଦୁଇଦିନ ଧରି ଚାଲିଥିବା ବିଭିନ୍ନ କ୍ରୀଡା ପ୍ରତିଯୋଗିତାରେ କଲେଜର ଶତାଧିକ ଛାତ୍ରୀ ଅଂଶଗ୍ରହଣ କରିଥିଲେ। ଏହି ଅବସରରେ ବିଭିନ୍ନ କ୍ରୀଡାର କୃତି ପ୍ରତିଯୋଗୀମାନଙ୍କୁ ଏବଂ ସର୍ବୋତ୍କୃଷ୍ଟ ଖେଳ ପ୍ରଦର୍ଶନ କରି ଚମ୍ପିୟାନ ଆଖ୍ୟା ଅର୍ଜନ କରିଥିବା +୨ ଦ୍ୱିତୀୟ ବର୍ଷ ଛାତ୍ରୀ ସ୍ୱପ୍ନାଞ୍ଜଳି ରାଉତଙ୍କୁ ମୁଖ୍ୟ ଅତିଥି ପୁରସ୍କୃତ କରିଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories