www.samajalive.in
Monday, December 15, 2025
27.1 C
Bhubaneswar

କେନ୍ଦୁଝର ଜିଲ୍ଲାରେ ଆରମ୍ଭ ହେଲା ‘ଜାତୀୟ ସଡକ ସୁରକ୍ଷା ମାସ’

କେନ୍ଦୁଝରଗଡ଼: କେନ୍ଦୁଝର ଜିଲ୍ଲା ପ୍ରଶାସନ ତରଫରୁ ‘ଜାତୀୟ ସଡକ ସୁରକ୍ଷା ମାସ’ ଆରମ୍ଭ ହୋଇଛି। ଏହି ପରିପ୍ରେକ୍ଷୀରେ ଜନସାଧାରଣ ମାନଙ୍କ ମଧ୍ୟରେ ସଡ଼କ ସୁରକ୍ଷା ସମ୍ପର୍କିତ ସଚେତନତାକୁ ବ୍ୟାପକ କରିବା ପାଇଁ ସଡ଼କ ସୁରକ୍ଷା ରଥର ଶୁଭାରମ୍ଭ କରାଯାଇଛି। ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ କେନ୍ଦୁଝର ଆରକ୍ଷୀ ଅଧିକ୍ଷକ ନୀତିନ କୁଶଲକର ଓ ଅତିରିକ୍ତ ଜିଲ୍ଲାପାଳ ମନ୍ଦରଧର ମହାଳିକ ସବୁଜ ପତାକା ଦେଖାଇ ଏହି ସଡକ ସୁରକ୍ଷା ରଥର ଉଦଘାଟନ କରିଛନ୍ତି। ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରୁ ଏହି ସତେତନତା ରଥ ବାହାରି ଜିଲ୍ଲାର ପ୍ରତି ବ୍ଲକ ବୁଲିବାର କାର୍ଯ୍ୟକ୍ରମ ରହିଛି। ଏହି ଅବସରରେ ଆଞ୍ଚଳିକ ପରିବହନ ଅଧିକାରୀ ଗୋପାଳକୃଷ୍ଣ ଦାସ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସାର୍ଥକ ରାୟ, ଟ୍ରାଫିକ ଇନ୍ସପେକ୍ଟର ସୁକୁରାମ ସୋରେନ, ସଡ଼କ ସୁରକ୍ଷା ଅଧିକାରୀ ରାଜେଶ କୁମାର ସେଠୀ, କ୍ରୀଡ଼ା ପ୍ରଶିକ୍ଷକ ଜିତେନ୍ଦ୍ର ମହାକୁଡ଼ ଏବଂ ପରିବହନ ବିଭାଗୀୟ କର୍ମଚାରୀ, ପୋଲିସ୍ କର୍ମଚାରୀ ଓଡିଶା ମଟର କର୍ମଚାରୀ ସଂଘ ସମସ୍ତେ ଏହି ସୁରକ୍ଷା କାର୍ଯ୍ୟକ୍ରମରେ ସାମିଲ ରହିଥିଲେ।

Hot this week

ମେସିଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଦିଲ୍ଲୀରେ ପ୍ରବଳ ମାତ୍ରାରେ ପ୍ରଦୂଷଣ ଯୋଗୁଁ...

ବିଶିଷ୍ଟ ଦନ୍ତ ଚିକିତ୍ସକ ପ୍ରୋଫେସର ଡକ୍ଟର ସୁଶାନ୍ତ ମହାନ୍ତି ISPPD ଅଧ୍ୟକ୍ଷ ଭାବେ ନିର୍ବାଚିତ

ଭୁବନେଶ୍ୱର: ଇଣ୍ଡିଆନ୍‌ ସୋସାଇଟି ଅଫ୍‌ ପେଡୋଡଣ୍ଟିକ୍ସ ଏଣ୍ଡ ପ୍ରିଭେନ୍ଟିଭ୍‌ ଡେଣ୍ଟିଷ୍ଟ୍ରି (ISPPD)...

ମଣ୍ଡେଇ ସାଂସ୍କୃତିକ ମଞ୍ଚରେ ବାଘ-ଛେଳି ଛକାପଞ୍ଝା

ନବରଙ୍ଗପୁର: ସାଂସ୍କୃତିକ ମଞ୍ଚ ପାଲଟିଲା ରାଜନୈତିକ ମଞ୍ଚ । ଲକ୍ଷାଧିକ ଦର୍ଶକ...

ମୁଖ୍ୟ ସୂଚନା ଆୟୁକ୍ତ ଭାବେ ଶପଥ ନେଲେ ରାଜ କୁମାର ଗୋୟଲ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ ଭାରତୀୟ ପ୍ରଶାସନିକ ଅଧିକାରୀ ରାଜ...

ମଙ୍ଗଳ ଗୋଚର: ୩ରାଶିରେ ଅର୍ଥ ବର୍ଷା, ବିଳାସପୂର୍ଣ୍ଣ ଜୀବନ ମିଳିବ

ଜ୍ୟୋତିଷ ଶାସ୍ତ୍ରରେ ମଙ୍ଗଳ ଗ୍ରହକୁ ସାହସ, ଶକ୍ତି, ଦକ୍ଷତା, କ୍ରୋଧ, ଉତ୍ସାହ,...

Related Articles

Popular Categories