www.samajalive.in
Monday, December 8, 2025
20.1 C
Bhubaneswar

୧୬ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୭ ମୃତ

ଯାଜପୁର: ଯାଜପୁର ଜିଲ୍ଲା ଧର୍ମଶାଳା ଥାନା ଅନ୍ତର୍ଗତ ନେଉଳପୁର ନିକଟରେ ଆଜି ଭୋରରୁ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା ପାର୍ଶ୍ୱରେ ଛିଡ଼ା ହୋଇଥିବା ଏକ ଦୁର୍ଘଟଣାଗ୍ରସ୍ତ ଟ୍ରକ୍‌କୁ ଏକ ଆଇଚର ପିଟିବାରୁ ୭ ଜଣଙ୍କ ମୃତ୍ୟୁ ହୋଇଛି। ଖବର ଅନୁଯାୟୀ, ଧର୍ମଶାଳା ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥ ଚଣ୍ଡିଖୋଲ ନେଉଳପୁର ମଝିରେ ଥିବା ସେଣ୍ଟ୍ରାଲ ବ୍ୟାଙ୍କ ପାଖରେ ଦୁର୍ଘଟଣାଗ୍ରସ୍ତ ଏକ ଲୁହା ଗୁଣ୍ଡ ବୋଝେଇ ଗାଡ଼ି ୪ ଦିନ ହେଲା ଛିଡ଼ା ହୋଇଥିଲା। ତେବେ ଆଜି ଭୋରରୁ ଘନ କୁହୁଡ଼ି ହୋଇଥିବା ବେଳେ କଲିକତା ପଟୁ ଦ୍ରୁତ ଗତିରେ ଏକ ଆଇଚର ଗାଡ଼ି ଆସୁଥିଲା। ସେଣ୍ଟ୍ରାଲ ବ୍ୟାଙ୍କ ନିକଟରେ ତାହା ଭାରସାମ୍ୟ ହରାଇ ତାହା ରାସ୍ତା ପାର୍ଶ୍ୱରେ ଛିଡ଼ା ହୋଇଥିବା ଟ୍ରକ୍‌ ପଛ ପଟେ ପିଟି ହୋଇଥିଲା। ଫଳରେ ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ, ଆଇଚରରେ ଥିବା ୭ ଜଣଙ୍କ ମଧ୍ୟରୁ ଡ୍ରାଇଭରଙ୍କ ସମେତ ୬ ଜଣଙ୍କର ଘଟଣାସ୍ଥଳରେ ଚାପି ହୋଇ ମୃତ୍ୟୁ ହୋଇଥିଲା। ଆଉ ଜଣେ ଟ୍ରକ୍‌ ଉପରେ ରହି ଯାଇଥିବା ବେଳେ ସେ ଗୁରୁତର ହୋଇ ପଡ଼ିଥିଲେ।

ତାଙ୍କୁ ତୁରନ୍ତ ସ୍ଥାନୀୟ ଡ଼ାକ୍ତରଖାନାରେ ଭର୍ତି କରାଯାଇଥିଲା। ଖବର ପାଇ ଧର୍ମଶାଳା ପୁଲିସ୍‌ ଓ ଅଗ୍ନିଶମ ବାହିନୀ କର୍ମଚାରୀ ଗ୍ୟାସ୍‌ କଟରରେ ଟ୍ରକ୍‌ଟିକୁ କାଟି ମୃତଦେହଗୁଡ଼ିକୁ ବାହାର କରିଥିଲେ। ଏଥିସହ ଟ୍ରକ୍‌ ଉପରେ ଗୁରୁତର ଅବସ୍ଥାରେ ଥିବା ଜଣେ ବ୍ୟକ୍ତିଙ୍କୁ ଧର୍ମଶାଳା ମେଡିକାଲରେ ଭର୍ତ୍ତି କରିଥିଲେ। ସେଠାରେ ତାଙ୍କ ମୃତ୍ୟୁ ହୋଇଛି। ମୃତଦେହଗୁଡ଼ିକୁ ବ୍ୟବଚ୍ଛେଦ ନିମନ୍ତେ ପଠାଇ ଦିଆଯାଇଥିବା ବେଳେ ସେମାନଙ୍କ ପରିଚୟ ମିଳିପାରିନି। ଆଇଚର ଗାଡ଼ିଟି ପଶ୍ଚିମବଙ୍ଗର ହୋଇଥିବା ବେଳେ ମୃତକ ମଧ୍ୟ ପଶ୍ଚିମବଙ୍ଗର ହୋଇଥିବା ଅନୁମାନ କରାଯାଉଛି। ଏହି ଦୁର୍ଘଟଣା ପରେ ସ୍ଥାନୀୟ ଅଞ୍ଚଳବାସୀ ତାତିବା ସହ ରାସ୍ତାରୋକ କରିଥିଲେ। ଦୁର୍ଘଟଣାଗ୍ରସ୍ତ ଗାଡ଼ି ରାସ୍ତା ପାର୍ଶ୍ୱରେ ଛିଡ଼ା ହେଉଥିବା ବେଳେ ତାହାକୁ ନ ହଟାଇବାରୁ ବାରମ୍ବାର ଏପରି ଦୁର୍ଘଟଣା ଘଟିଥିବା ଅଭିଯୋଗ କରିଛନ୍ତି। ପୁଲିସ୍‌ ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରିବା ପରେ ପରିସ୍ଥିତି ଶାନ୍ତି ପଡ଼ିଥିବା ଜଣାଯାଇଛି। ତେବେ ଏହି ଜାତୀୟ ରାଜପଥ କଡରେ ଟ୍ରକ ଗୁଡ଼ିକ ପାର୍କିଂ କରୁଥିବାରୁ ବାରମ୍ବାର ଦୁର୍ଘଟଣା ମାନ ଘଟୁଛି। ତଥାପି ପ୍ରଶାସନର ଚେତା ପଶୁନି। ଅପର ପକ୍ଷରେ ସକାଳ ସମୟରେ ଘନ କୁହୁଡି ଯୋଗୁଁ ଏପରି ଭୟଙ୍କର ଦୁର୍ଘଟଣା ଘଟିଲା ବୋଲି କୁହାଯାଉଛି।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

Related Articles

Popular Categories