www.samajalive.in
Monday, December 15, 2025
15.1 C
Bhubaneswar

ସର୍କିଟ୍ ହାଉସରେ ବାଇକ୍ ପୋଡି ଘଟଣା, ଅଭିଯୁକ୍ତ ଫରେଷ୍ଟର ଗିରଫ

ଫୁଲବାଣୀ: ଫୁଲବାଣୀ ସର୍କିଟ୍ ହାଉସରେ ବାଇକ୍ ପୋଡ଼ି ଘଟଣା। ଅଭିଯୁକ୍ତକୁ ଗିରଫ କଲା ଟାଉନ ଥାନା ପୋଲିସ। ଅଭିଯୁକ୍ତ ଜଣକ ହେଲେ ଟାଉନ ଥାନା ଅନ୍ତର୍ଗତ ଡାମିଗାଁର ସୁଜିତ ବେହେରା। ସେ ସ୍ଥାନୀୟ ବନ ବିଭାଗ ଅଧିନରେ ଫରେଷ୍ଟର ଭାବେ କାର୍ଯ୍ୟରତ ଅଛନ୍ତି। ପୂର୍ବ ଶତ୍ରୁତା ଯୋଗୁଁଁ ଏଭଳି କାଣ୍ଡ ଘଟାଇଥିବା ଅତିରିକ୍ତ ଏସପି ସ୍ନେହାଶୀଷ ସାହୁ ଟାଉନଥାନା ପରିସରରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନିରେ ସୂଚନା ଦେଇଛନ୍ତି। ସୂଚନାନୁଯାୟୀ, ସୁଜିତ ବେହେରାଙ୍କ ମା’ ପୂର୍ବରୁ ଫୁଲବାଣୀ ସର୍କିଟ ହାଉସରେ କାମ କରୁଥିଲେ। ତାଙ୍କୁ କୌଣସି କାରଣରୁ ସେଠାରୁ ବାହାର କରି ଦିଆଯାଇଥିଲା। ଏହାକୁ ନେଇ ସୁଜିତ ଆକ୍ରୋଶମୂଳକ ଭାବେ ଗତ ୨୬ ତାରିଖ ରାତିରେ ସର୍କିଟ୍ ହାଉସ୍ ପରିସରରେ ଥିବା ଜଣେ କର୍ମଚାରୀଙ୍କ ସ୍କୁଟିରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଇଥିଲେ। ଫଳରେ ସ୍କୁଟି ସମେତ ପାଖରେ ଥିବା ଅନ୍ୟ ଏକ ବାଇକ୍ ସମ୍ପୂର୍ଣ୍ଣ ପୋଡି ଯାଇଥିଲା। ନିକଟରେ ଥିବା ଫୁଲବାଣୀ ବିଧାୟକ ଉମାଚରଣ ମଲିକଙ୍କ କାର ମଧ୍ୟ ଏଥିରେ କ୍ଷତିଗ୍ରସ୍ତ ହୋଇଥିଲା। ଘଟଣାକୁ ଗୁରୁତର ସହ ନେଇ ଆରକ୍ଷୀ ଅଧୀକ୍ଷକ ହରିଶ ବି ସିଙ୍କ ନିର୍ଦ୍ଦେଶ କ୍ରମେ ସଦର ଏସଡିପିଓ ସୁବ୍ରତ ବେହେରା ଓ ଟାଉନ ଥାନା ଅଧିକାରୀ କନକ କୁମାର ମାଝୀଙ୍କ ନେତୃତ୍ୱରେ ଏକ ଟିମ୍ ଗଠନ କରାଯାଇ ଘଟଣାର ତଦନ୍ତ କରାଯାଇଥିଲା। ଶନିବାର ଅଭିଯୁକ୍ତ ସୁଜିତକୁ ଫୁଲବାଣୀ ସହର ନିକଟରୁ ଗିରଫ କରାଯାଇଥିବା ଅତିରିକ୍ତ ଏସପି ସୂଚନା ଦେଇଛନ୍ତି। ଅଭିଯୁକ୍ତ ବିରୋଧରେ ପୂର୍ବରୁ ମଧ୍ୟ ପାଞ୍ଚଟି ଅପରାଧିକ ମାମଲା ରହିଥିବା କୁହାଯାଇଛି। ଏଥିସହ ଡିସେମ୍ବର ୨୭ ତାରିଖ ରାତିରେ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ହୋଇଥିବା ଅନ୍ୟ ଏକ ବାଇକ୍ ପୋଡି ଘଟଣାର ଅଭିଯୁକ୍ତକୁ ମଧ୍ୟ ଠାବ କରିବାରେ ପୁଲିସ ସଫଳ ହୋଇଛି। ଖୁବ ଶୀଘ୍ର ତାକୁ ଗିରଫ କରାଯିବ ବୋଲି ସୂଚନା ମିଳିଛି। ଏହି ଘଟଣା ପରେ ସହରରେ ପେଟ୍ରୋଲିଂ ବ୍ୟବସ୍ଥାକୁ କଡ଼ାକଡ଼ି କରାଯିବା ସହିତ ଆଇନ ଶୃଙ୍ଖଳା ପ୍ରତି ସ୍ୱତନ୍ତ୍ର ଦୃଷ୍ଟି ଦିଆଯାଇ ପଦକ୍ଷେପ ନେବା ଆରମ୍ଭ ହୋଇଥିବା ମଧ୍ୟ ସାମ୍ବାଦିକ ସମ୍ମିଳନୀରେ କୁହାଯାଇଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories