www.samajalive.in
Sunday, December 7, 2025
14.1 C
Bhubaneswar

ରାଜ୍ୟସ୍ତରୀୟ ଯୁବ ସଂସଦ ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କଲେ କନ୍ଧମାଳର ଛାତ୍ରୀ

ଫୁଲବାଣୀ: ଭୁବନେଶ୍ୱର ଠାରେ ଆୟୋଜିତ ରାଜ୍ୟ ସ୍ତରୀୟ ଯୁବ ସଂସଦ ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିଛନ୍ତି ଫୁଲବାଣୀ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଏକାଦଶ ଶ୍ରେଣୀର ଛାତ୍ରୀ କ୍ଷୀରବ୍ଧି ତନୟା। ପୂର୍ବରୁ ଜିଲା ସ୍ତରୀୟ ପ୍ରତିଯୋଗୀତିରେ ପ୍ରଥମ ହୋଇ ସେ ରାଜ୍ୟସ୍ତରୀୟ ପାଇଁ ମନୋନିତ ହୋଇଥିଲେ। ୩୦ ଜିଲାର ଛାତ୍ରଛାତ୍ରୀ ମାନେ ଏଥିରେ ଭାଗ ନେଇଥିଲେ। ଛାତ୍ରଛାତ୍ରୀଙ୍କ ହିନ୍ଦୀ ଓ ଇଂରାଜୀ କଥନ ଶୈଳୀକୁ ଦେଖି ପ୍ରଧାନମନ୍ତ୍ରୀ, ଖଣିମନ୍ତ୍ରୀ, ବିରୋଧିଦଳର ନେତା, ଅର୍ଥମନ୍ତ୍ରୀ, ରାଷ୍ଟ୍ରପତିଙ୍କ ଭଳି ଅଭିନୟ କରିବାକୁ ଦିଆଯାଇଥିଲା। କୃଷି ଭବନରେ ପ୍ରତିଯୋଗିତାରେ କ୍ଷୀରାବ୍ଧି ତନୟା ରାଷ୍ଟ୍ରପତି ଦୌପଦୀ ମୁର୍ମୁଙ୍କ ଅଭିନୟ କରି ମୁଖ୍ୟ ଅତିଥିଙ୍କ ଦ୍ୱାରା ପୁରସ୍କୃତ ହୋଇଛନ୍ତି। ଏହି ସଫଳତା ପାଇଁ ଜିଲା ଶିକ୍ଷା ଅଧିକାରୀ, ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଅଧ୍ୟକ୍ଷ ଓ ଶିକ୍ଷକ ଏବଂ ଶିକ୍ଷୟତ୍ରୀ ମାନେ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories