www.samajalive.in
Sunday, December 14, 2025
19.1 C
Bhubaneswar

ବିଶ୍ୱନାଥପୁରଠାରେ ବ୍ଲକସ୍ତରୀୟ ମନରେଗା ଜନଶୁଣାଣି

ଲାଞ୍ଜିଗଡ଼: ଲାଞ୍ଜିଗଡ ବ୍ଲକ ମୁଖ୍ୟାଳୟ ବିଶ୍ୱନାଥପୁରଠାରେ ଆଜି ବ୍ଲକସ୍ତରୀୟ ମନରେଗା ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଲାଞ୍ଜିଗଡ ବିଡିଓ ଶଶାଙ୍କ ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ବ୍ଲକ ଉପାଧ୍ୟକ୍ଷ ସଞ୍ଜୀବ କୁମାର ନାୟକ, ସହକାରୀ ନିର୍ବାହୀ ଯନ୍ତ୍ରୀ କ୍ଷୀରୋଦ ନାୟକ, ବ୍ଲକ ସାମାଜିକ ସମୀକ୍ଷକ ବିମଳ ବାଗ ପ୍ରମୁଖ ଯୋଗ ଦେଇଥିଲେ। ଏହି ଅବସରରେ ବ୍ଲକର ବିଭିନ୍ନ ବିଭାଗ ସମେତ ଲାଇନ ବିଭାଗ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ମନରେଗା ଯୋଜନାର ଆୟବ୍ୟୟର ସମୀକ୍ଷା ହୋଇଥିଲା। ତେବେ ହିତାଧିକାରୀଙ୍କ ପାଇଁ ଉଦ୍ଦିଷ୍ଟ କାର୍ଯ୍ୟକ୍ରମରେ ହିତାଧିକାରୀଙ୍କ ସଂଖ୍ୟା ଅତି ନଗଣ୍ୟ ଥିବାରୁ ବିଡିଓ ଶ୍ରୀ ମିଶ୍ର ବିରକ୍ତି ପ୍ରକାଶ କରିଥିଲେ। ଏହି କାର୍ଯ୍ୟକ୍ରମକୁ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ ସଞ୍ଜିତ କୁମାର ପରିଡ଼ା ପରିଚାଳନା କରିଥିଲେ।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories