www.samajalive.in
Monday, December 15, 2025
14.1 C
Bhubaneswar

ବିଧାୟକଙ୍କ ଦ୍ଵାରା ବର୍ଦ୍ଧିତ ଭତ୍ତା ଵଣ୍ଟନ

ଆଠଗଡ଼: ଆଠଗଡ ଏନ୍ଏସି ପକ୍ଷରୁ ବୁଧବାର ଅପରାହ୍ନରେ ବୟୋଜ୍ୟେଷ୍ଠ ହିତାଧିକାରୀଙ୍କୁ ବର୍ଦ୍ଧିତ ଭତ୍ତା ଵଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏନ୍ଏସି ଅଧ୍ୟକ୍ଷା ସସ୍ମିତା ରାଉତଙ୍କ ପୌରୋହିତ୍ୟରେ କାର୍ଯ୍ୟାଳୟର ସଭାଗୃହରେ ଅନୁ୍ଷ୍ଠିତ କାର୍ଯ୍ୟକ୍ରମରେ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ଵାଇଁ ମୁଖ୍ୟଅତିଥି ଭାବେ ଯୋଗଦେଇ ସହରାଞ୍ଚଳ ଅନ୍ତର୍ଗତ ବିଭିନ୍ନ ୱାର୍ଡର ୨୩ ଜଣ ୮୦ ବର୍ଷରୁ ଉର୍ଦ୍ଧ୍ବ ବୃଦ୍ଧବୃଦ୍ଧା ଓ ଶତକଡା ୮୦ରୁ ଉର୍ଦ୍ଧ୍ବ ଦିବ୍ୟାଙ୍ଗଙ୍କୁ ବର୍ଦ୍ଧିତ ଭତ୍ତା ୩୫୦୦ ଟଙ୍କା ଲେଖାଁଏ ବଣ୍ଟନ କରିଥିଲେ। ସେହିପରି ବିଧାୟକ ଶ୍ରୀ ସ୍ୱାଇଁ ନୂତନ ଭାବରେ ୫ଜଣଙ୍କୁ ରାଜ୍ୟ ସରକାରଙ୍କ ଦ୍ଵାରା ପ୍ରଚଳିତ ମଧୁବାବୁ ବାର୍ଦ୍ଧକ୍ୟ ଭତ୍ତା ଯୋଜନାରେ ଅନ୍ତର୍ଭୁକ୍ତ କରାଯାଇ ୧୦୦୦ ଟଙ୍କା ଲେଖାଏଁ ଭତ୍ତା ପ୍ରଦାନ କରିଥିଲେ। କାର୍ଯ୍ୟକ୍ରମରେ ଉପନଗରପାଳ ବି ଶୁଭ୍ରଶଙ୍କର ଜ୍ୟୋତି, ନିର୍ଵାହୀ ଅଧିକାରୀ ଡ.ପ୍ରଦୀପ କୁମାର ସାହା, ଏନ୍ଏସି ଗୋଷ୍ଠୀ ସହାୟିକା ବାସନ୍ତୀ ସାହୁ, ଯୁବନେତା ପ୍ରକାଶ ରାଉତ, ଲକ୍ଷ୍ମୀ ନାରାୟଣ ଭଞ୍ଜ ଓ ବିଭିନ୍ନ ୱାର୍ଡର କାଉନସିଲରମାନେ ଯୋଗ ଦେଇଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories