www.samajalive.in
Sunday, December 14, 2025
26.1 C
Bhubaneswar

ଛାତ୍ର କମନରୁମର ବାର୍ଷିକ କ୍ରୀଡା ଉତ୍ସବ

ଆଠଗଡ: ଆଠଗଡସ୍ଥିତ ଗୋପବନ୍ଧୁ ବିଜ୍ଞାନ କଲେଜ ଛାତ୍ର କମନରୁମର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ.ଲୋକନାଥ ସାହୁଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟଅତିଥି ଭାବେ ଆଠଗଡ ୟୁନିୟନ ବ୍ୟାଙ୍କର ଶାଖା ପରିଚାଳକ ମାନସ ରଞ୍ଜନ ପଣ୍ଡା ଯୋଗଦେଇ ଛାତ୍ରଛାତ୍ରୀଙ୍କ ପାଇଁ କମନରୁମ କ୍ରୀଡାର ଆବଶ୍ୟକତା ଓ ଉପକାରିତା ବିଷୟରେ ଆଲୋକପାତ କରିଥିଲେ। ଅଧ୍ୟକ୍ଷ ଡ. ସାହୁ ଛାତ୍ରଛାତ୍ରୀ ମାନେ ଶିକ୍ଷାଗ୍ରହଣ ସହିତ ଭଲ ମଣିଷ ହୋଇ ଦେଶ ଗଠନରେ ବ୍ରତୀ ହେବା ଲାଗି ପରାମର୍ଶ ଦେଇଥିଲେ। ସଂଗଠନର ଉପସଭାପତି ଅଧ୍ୟାପକ ଡ.ଚିତ୍ତରଞ୍ଜନ ପଟ୍ଟନାୟକ ସ୍ବାଗତ ଭାଷଣ ଓ ଅତିଥି ପରିଚୟ ପ୍ରଦାନ କରିଥିବାବଳେ ସହଯୋଗୀ ସଚ୍ଚିଦାନନ୍ଦ ଜେନା ବିବରଣୀ ପାଠ କରିଥିଲେ। କ୍ୟାରମ, ଚେସ୍ ଓ ବ୍ୟାଡମିଣ୍ଟନ ପ୍ରତିଯୋଗିତାର +୨ ଷ୍ଟ୍ରିମ୍ ଓ +୩ ଷ୍ଟ୍ରିମର କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା। ଅଧ୍ୟାପିକା ଡ.ଗାୟତ୍ରୀ ତ୍ରିପାଠୀ, ଡ.ସୁରେଖା ଦାସ ଓ ଡେମୋନଷ୍ଟ୍ରେଟର ଶୁଭଦର୍ଶନ ମହାପାତ୍ର କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ। କ୍ରୀଡା ପ୍ରଶିକ୍ଷକ ସ୍ପିତି ରଞ୍ଜନ ରାଉତ କ୍ରୀଡା ପ୍ରତିଯୋଗିତା ପରିଚାଳନା କରିଥିଲେ।

Hot this week

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

ନିତିନ ନବୀନ ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି

ନୂଆଦିଲ୍ଲୀ: ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି ଭାବରେ ନିତିନ ନବୀନ ମନୋନୀତ...

କିସ୍‌ ଗସ୍ତ କରିବେ ଓଏସସିପିସିଆର

ସମାଜଲାଇଭ ଡେସ୍କ: କିସ୍‌ ଛାତ୍ର ମୃତ୍ୟୁ ଘଟଣାର ତଦନ୍ତ ପାଇଁ କିସ୍...

Related Articles

Popular Categories