www.samajalive.in
Monday, December 15, 2025
14.1 C
Bhubaneswar

ଜିଲାସ୍ତରୀୟ ବୀର ସୁରେନ୍ଦ୍ର ସାଏ ଜୟନ୍ତୀ ଓ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଜୟନ୍ତୀ ପାଳିତ

ସମ୍ବଲପୁର: ଗୁରୁବାର ଜିଲାସ୍ତରୀୟ ବୀର ସୁରେନ୍ଦ୍ର ସାଏ ଜୟନ୍ତୀ ଓ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଜୟନ୍ତୀ ପାଳିତ ହୋଇଯାଇଛି। ସମ୍ବଲପୁର ଜିଲାପାଳ ସିଦ୍ଧେଶ୍ୱର ବଳୀରାମ ବୋନ୍ଦର ଓ ଅତିରିକ୍ତ ଜିଲାପାଳ ସୁଚାରୁ କୁମାର ବଳ ଜେଲ୍ ଛକରେ ଥିବା ବୀର ସୁରେନ୍ଦ୍ର ସାଏଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ। ଜିଲା ପ୍ରଶାସନ ଓ ଓଡ଼ିଶା ସଂସ୍କୃତିକ ସମାଜ ପକ୍ଷରୁ ସକାଳ ସମୟରେ ବୀର ସୁରେନ୍ଦ୍ର ସାଏଙ୍କ ପ୍ରତିମୂର୍ତ୍ତିଠାରୁ ସହିଦ ସ୍ତମ୍ଭ ପର୍ଯ୍ୟନ୍ତ ଏକ ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା। ସନ୍ଧ୍ୟାରେ ଓଡ଼ିଶା ସଂସ୍କୃତିକ ସମାଜରେ ଅନୁଷ୍ଠିତ ସଭାରେ ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର ମୁଖ୍ୟ ଅତିଥି, ବିଧାୟକ ରେଙ୍ଗାଲି ସୁଦର୍ଶନ ହରିପାଲ, ଅତିରିକ୍ତ ଜିଲାପାଳ ସୁଚାରୁ କୁମାର ବଳ, ଓଡ଼ିଶା ସାଂସ୍କୃତି ସମାଜର ସଭାପତି ପରେଶ ଦାନୀ, ଓଡ଼ିଶା ସଂସ୍କୃତି ସମାଜର ସମ୍ପାଦକ ଦୀନବନ୍ଧୁ ପଣ୍ଡା ପ୍ରମୁଖ ଯୋଗ ଦେଇଥିଲେ। ଏହି ଅବସରରେ ବିଭିନ୍ନ ପ୍ରତିଯୋଗିତାବିଜେତାଙ୍କୁ ପୁରସ୍କାର ବିତରଣ ମଧ୍ୟ ଅନୁଷ୍ଠିତ ହୋଇଥିଲା। ଆଜି ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ସ୍ଥାନରେ ବୀର ସୁରେନ୍ଦ୍ର ସାଏ ଓ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଥିଲା।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories