www.samajalive.in
Monday, December 15, 2025
16.1 C
Bhubaneswar

ବାର୍ଷିକ ଉତ୍ସବ ସ୍ମୃତି ସମ୍ଭାର ୨୦୨୫ ଅନୁଷ୍ଠିତ

କଲମପୁର: କଲମପୁର ବ୍ଲକ ଅନ୍ତର୍ଗତ ମଣ୍ଡଳ ବିଶ୍ୱନାଥ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ସ୍ମୃତି ସମ୍ଭାର ୨୦୨୫ ଉଦଯାପିତ ହୋଇଯାଇଛି। ପ୍ରଧାନଶିକ୍ଷକ ତୃପ୍ତି ରଞ୍ଜନ ରାଉତଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଆୟୋଜିତ ଏହି ଉତ୍ସବରେ ପୂର୍ବତନ ପ୍ରଧାନ ଶିକ୍ଷକ ପ୍ରତାପ କିଶୋର ପଣ୍ଡା ଅଧ୍ୟକ୍ଷତା କରିଥିବା ବେଳେ ଗୋଷ୍ଠୀ ଶିକ୍ଷା ଅଧିକାରୀ ମଧୁସ୍ମିତା ନାଏକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ପୂର୍ବତନ ପ୍ରଧାନ ଶିକ୍ଷକ ନୃସିଂହ ପଣ୍ଡା ମୁଖ୍ୟ ବକ୍ତା ଭାବେ ଯୋଗ ଦେଇଥିବା ବେଳେ ସମିତି ଉପାଧ୍ୟକ୍ଷ ଚିନ୍ତାମଣି ବେହେରା ମଣ୍ଡଳ ସରପଞ୍ଚ ତ୍ରିୟମ୍ବକ ଭୋଇ, ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ସଞ୍ଜୟ ସାହୁ ପ୍ରମୁଖ ସମ୍ମାନିତ ଅତିଥି ଭାବେ ମଞ୍ଚାସିନ ରହି ପ୍ରଥମ ପର୍ଯ୍ୟାୟ କାର୍ଯ୍ୟକ୍ରମକୁ ଶୁଭ ଉଦଘାଟନ କରିବା ସହ ବକ୍ତବ୍ୟ ରଖିଥିଲେ। ସ୍କୁଲ ପ୍ରଧାନ ଶିକ୍ଷକ ଶ୍ରୀ ରାଉତ ସ୍ଵାଗତ ଅଭିଭାଷଣ ସହ ବିଦ୍ୟାଳୟର ବାର୍ଷିକ ବିବରଣୀ ପଠନ କରିନଥିଲେ। ବିଦ୍ୟାଳୟର ଛାତ୍ରୀଙ୍କ ଦ୍ୱାରା ସ୍ୱାଗତ ସଂଗୀତ ସହ ସ୍ଵାଗତ ନୃତ୍ୟ ପରିବେଷଣ ହୋଇଥିଲା। ଦ୍ଵିତୀୟ ପର୍ଯ୍ୟାୟରେ ଶିକ୍ଷାବିତ ଭାବଗ୍ରାହୀ ପଣ୍ଡା, ସାମ୍ବାଦିକ ଚକ୍ରଧର ନାଏକ, ଲଡ଼ୁଗାଁ ପ୍ରଧାନ ଶିକ୍ଷକ ବୁଦ୍ଧିରାମ ନାଏକ, ପଣ୍ଡିଗାଁ ସ୍କୁଲ ପ୍ରଧାନ ଶିକ୍ଷକ ସୁରେନ୍ଦ୍ର ନାଏକ, ସାମ୍ବାଦିକ ଶୁଭେନ୍ଦୁ କୁମାର ପଣ୍ଡା ପ୍ରମୁଖ ଅତିଥି ଭାବେ ମଞ୍ଚାସିନ ରହିଥିଲେ। ଏଥିରେ ପୂର୍ବରୁ ହୋଇଥିବା ପ୍ରତିଯୋଗିତା ଗୁଡିକର କୃତି ଛାତ୍ରଛାତ୍ରୀଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories