www.samajalive.in
Sunday, December 14, 2025
23.1 C
Bhubaneswar

ଗୋପବନ୍ଧୁ ବିଜ୍ଞାନ କଲେଜର ବାର୍ଷିକ କ୍ରୀଡା

ଆଠଗଡ: ଆଠଗଡସ୍ଥିତ ଗୋପବନ୍ଧୁ ବିଜ୍ଞାନ କଲେଜର ବାର୍ଷିକ କ୍ରୀଡା ଉତ୍ସବ ଶନିବାର ଉଦଯାପିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ଡ.ଲୋକନାଥ ସାହୁଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ଏହି ଉତ୍ସବରେ ଉପଜିଲ୍ଲାପାଳ ପ୍ରହଲ୍ଲାଦ ନାରାୟଣ ଶର୍ମା ମୁଖ୍ୟ ଅତିଥି ରୂପେ ଯୋଗଦେଇ ଶିକ୍ଷା ସହିତ କ୍ରୀଡା ଛାତ୍ରଛାତ୍ରୀଙ୍କ ଶାରୀରିକ ଓ ମାନସିକ ବିକାଶ ସହିତ ଏକ ଶୃଙ୍ଖଳିତ ଜୀବନଯାପନ ପାଇଁ ପ୍ରେରଣା ଯୋଗାଇଥାଏ ବୋଲି ମତବ୍ୟକ୍ତ କରିଥିଲେ। ସମ୍ମାନିତ ଅତିଥି ଭାବେ ସହକାରୀ ବନ ସଂରକ୍ଷକ ନୀଳମାଧବ ସାହୁ ଓ ସହକାରୀ ଜିଲ୍ଲାପାଳ ମାନସ ରଞ୍ଜନ ବେହେରା ପ୍ରମୁଖ ଯୋଗଦେଇ ଉଦବୋଧନ ଦେଇଥିଲେ। କଲେଜର କ୍ରୀଡା ଉପସଭାପତି ଅଧ୍ୟାପକ ସୁରେଶ କୁମାର ସାହୁ ସ୍ଵାଗତ ଭାଷଣ ପ୍ରଦାନ କରିଥିବା ବେଳେ ଅନ୍ୟତମ ଉପସଭାପତି ସଚ୍ଚିଦାନନ୍ଦ ଜେନା ବିବରଣୀ ପାଠ କରିଥିଲେ। କ୍ରୀଡା ପ୍ରଶିକ୍ଷକ ସ୍ପିତି ରଞ୍ଜନ ରାଉତଙ୍କ ପରିଚାଳନାରେ ଆୟୋଜିତ ବିଭିନ୍ନ ପ୍ରତିଯୋଗିତା ପରିଚାଳନାରେ କଲେଜର ସମସ୍ତ ଅଧ୍ୟାପକ, ଅଧ୍ୟାପିକା ଓ କର୍ମଚାରୀ ସହଯୋଗ କରିଥିଲେ। ଅନ୍ୟତମ କ୍ରୀଡା ଉପସଭାପତି ଅଧ୍ୟାପକ ଯଶରଞ୍ଜନ ପୋଢ ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ।

Hot this week

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

୧୫୫ଟି ବାର୍ ରେ ଅବକାରୀ ବିଭାଗର ଚଢାଉ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ବିଭିନ୍ନ...

Related Articles

Popular Categories