ହିର୍ଲିପାଲିରେ ବିଦ୍ୟାଳୟ ସମୂହ ବାର୍ଷିକ ଉତ୍ସବ

ରେଙ୍ଗାଲିକ୍ୟାମ୍ପ: ଅତାବିରା ବ୍ଲକ୍ ଅନ୍ତର୍ଗତ ହିର୍ଲିପାଲି ଉଚ୍ଚ ବିଦ୍ୟାଳୟ ପରିସରରେ ପ୍ରାଥମିକ, ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଓ ଉଚ୍ଚ ବିଦ୍ୟାଳୟର ମିଳିତ ସମୂହ ବାର୍ଷିକ ଉତ୍ସବ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରବୀନ୍ଦ୍ର କୁମାର ପଣ୍ଡାଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଯାଇଛି। ଉତ୍ସବରେ ବିଧାୟକ ନିହାର ରଞ୍ଜନ ମହାନନ୍ଦ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ସରପଞ୍ଚ କବିତା ସାହୁ, ସମିତି ସଭ୍ୟ ବିଦ୍ୟାଧର ପ୍ରଧାନ ଓ ସମାଜ ସେବୀ ମହେଶ ଅଗ୍ରୱାଲ ସମ୍ମାନିତ ଅତିଥି ଭାବେ ମଞ୍ଚାସିନ ରହିଥିଲେ। ଉତ୍ସବରେ ବାର୍ଷିକ କ୍ରୀଡା ପ୍ରତିଯୋଗିତାରେ କରୁତ୍ତ୍ୱ ଅର୍ଜନ କରିଥିବା ୩୭୫ ଜଣ ଛାତ୍ର ଛାତ୍ରୀଙ୍କୁ ଅତିଥି ମାନଙ୍କ ଦ୍ଵାରା ପୁରସ୍କୃତ କରାଯାଇଥିଲା।

Comments are closed.