www.samajalive.in
Sunday, December 7, 2025
16.1 C
Bhubaneswar

ଗୋପବନ୍ଧୁ ବିଜ୍ଞାନ କଲେଜରେ ସହୀଦ ଦିବସ

ଆଠଗଡ: ଆଠଗଡସ୍ଥିତ ଗୋପବନ୍ଧୁ ବିଜ୍ଞାନ କଲେଜରେ ସହୀଦ ଦିବସ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ଆୟୋଜିତ ସଭାରେ ଅଧ୍ୟକ୍ଷ ଡ.ଲୋକନାଥ ସାହୁ ଦେଶର ସ୍ବାଧୀନତା ସଂଗ୍ରାମରେ ସହୀଦ ହୋଇଥିବା ବୀର ସଂଗ୍ରାମୀଙ୍କ ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ମହାନ ସ୍ଵାଧୀନତା ସଂଗ୍ରାମୀଙ୍କ ସ୍ବପ୍ନର ଭାରତର ଅଖଣ୍ଡତା ଓ ସାର୍ବଭୌମତ୍ବ ଅକ୍ଷୁର୍ଣ୍ଣ ରଖିବା ଆମ ସମସ୍ତଙ୍କର ନୈତିକ ଦାୟିତ୍ବ ଏବଂ କର୍ତ୍ତବ୍ୟ ବୋଲି ଅଧ୍ୟକ୍ଷ ଡ.ସାହୁ ମତବ୍ୟକ୍ତ କରିଥିଲେ। କାର୍ଯ୍ୟକ୍ରମ ଆବାହକ ତଥା ଡେମୋନଷ୍ଟ୍ରେଟର ସଚ୍ଚିଦାନନ୍ଦ ଜେନା ପ୍ରାରମ୍ଭିକ ସୂଚନା ଦେବା ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ। ଅଧ୍ୟାପକ ଡ.ଦିବ୍ୟଶକ୍ତି ସାମନ୍ତରାୟ, ତୋଫାନ ସାମଲ, ଅଜିତ ବେହେରା, ଅଧ୍ୟାପିକା ନଳିନୀ ରାଉତରାୟ ପ୍ରମୁଖ ସହୀଦ ଦିବସ ଉପରେ ନିଜ ନିଜର ବକ୍ତବ୍ୟ ରଖିଥିଲେ। ପରିଶେଷରେ ଅଧ୍ୟାପକ ଡ.ଗୌତମବୁଦ୍ଧ ସୀତାରାମ ଧନ୍ୟବାଦ ଅର୍ପଣ କରିଥିଲେ।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories