www.samajalive.in
Wednesday, November 12, 2025
19.1 C
Bhubaneswar

ଶୋଭନୀୟ ଶିକ୍ଷାଶ୍ରମରେ ପୁରସ୍କାର ବିତରଣ ଉତ୍ସବ

ସମ୍ବଲପୁର: ସମ୍ବଲପୁରର ପୁଟିବନ୍ଧ ସ୍ଥିତ ଶୋଭନୀୟ ଶିକ୍ଷାଶ୍ରମର ୨୨ତମ ବାର୍ଷକ ଉତ୍ସବ ଆୟୋଜିତ ହୋଇଯାଇଛି। ସ୍କୁଲର ପ୍ରେକ୍ଷାଳୟରେ ଆୟୋଜିତ ପୁରସ୍କାର ବିତରଣ ଉତ୍ସବରେ ବିଭିନ୍ନ ପ୍ରତିଯୋଗିତାର କୃତୀ ପ୍ରତିଯୋଗି ମାନଙ୍କୁ ପଦକ ଓ ପ୍ରମାଣପତ୍ର ଦିଆଯାଇ ସମ୍ମାନୀତ କରାଯାଇଥିଲା। ଶିକ୍ଷାଶ୍ରମର ପ୍ରଧାନ ଶିକ୍ଷକ ଅକ୍ଷୟ ଶତପଥୀଙ୍କ ସଭାପତିତ୍ୱରେ ଆୟୋଜିତ ଏହି ସମାରୋହରେ ପୁର୍ବତନ ବିଧାୟକ ନାଉରୀ ନାଏକ ମୁଖ୍ୟ ଅତିଥି, ବରିଷ୍ଠ ସାମ୍ବାଦିକ ପ୍ରଫୁଲ୍ଲ କୁମାର ଦାଶ, ସମାଜସେବୀ ମମତା ନାଏକ ଓ ସ୍ୱର୍ଣ୍ଣବାଳା ତ୍ରିପାଠୀ ସମ୍ମାନୀତ ଅତିଥି ରୂପେ ଯୋଗ ଦେଇଥିଲେ। ଉପଯୁକ୍ତ ଶିକ୍ଷା ଆହରଣ କରି ଉତ୍ତମ ନାଗରିକ ରୂପେ ଦେଶ ସେବାରେ ଉତ୍ସର୍ଗୀକୃତ ହେବା ପାଇଁ ଅତିଥି ମାନେ ପରାମର୍ଶ ଦେଇଥିଲେ। ଏହି ଅବସରରେ ଶିକ୍ଷାର୍ଥୀ ମାନଙ୍କ ଦ୍ୱାରା ବିଭିନ୍ନ ଦେଶାତ୍ମକ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। କାର୍ଯ୍ୟକ୍ରମକୁ ଆୟୋଜନ ଓ ପରିଚାଳନାରେ ସମସ୍ତ ଶିକ୍ଷକ ଓ ଶିକ୍ଷୟତ୍ରୀ ମାନେ ସକ୍ରିୟ ସହଯୋଗ କରିଥିଲେ।

Hot this week

ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟିଲେ ସୌମ୍ୟା ସ୍ୱାମୀନାଥନ

ଭୁବନେଶ୍ୱର :  ପ୍ରଖ୍ୟାତ ବୈଜ୍ଞାନିକ ତଥା ଏମ.ଏସ. ସ୍ୱାମୀନାଥନ ଫାଉଣ୍ଡସନର ଅଧ୍ୟକ୍ଷା...

ନଓ୍ବାଦାରେ ମତଦାନ ସମୟରେ ଦୁଇ ଦଳର ସମର୍ଥକ ମୁହାଁମୁହିଁ

ନଓ୍ବାଦା: ବିହାରରେ ମଙ୍ଗଳବାର ଭୋଟିଂ ସମୟରେ ନଓ୍ବାଦା ଜିଲାରେ ବାରିସଲିଗଞ୍ଜ ଅଞ୍ଚଳରେ...

ଏଭଳି ଟଙ୍କାବଣ୍ଟା ନିର୍ବାଚନ ଜୀବନରେ ଦେଖି ନ ଥିଲି: ଶ୍ରୀକାନ୍ତ

ଭୁବନେଶ୍ୱର: ନୂଆପଡା ଉପନିର୍ବାଚନ ପାଇଁ ଭୋଟରଙ୍କୁ ପ୍ରଭାବିତ କରିବା ଲାଗି ବିଜେପି...

ଖଟିଆରେ ଆସି ମତଦାନ କଲେ ୧୧୦ ବର୍ଷୀୟା କାଲିୟା ଦେବୀ

କୈମପୁର : କୈମପୁର ଜିଲାର ମୋହନିୟା ବିଧାନସଭା କ୍ଷେତ୍ରର ଅମରପୁରାରେ ଜଣେ...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତିର ଅନୁସନ୍ଧାନ କରିବ ସିବିଆଇ

ଭୁବନେଶ୍ୱର: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତିର ତଦନ୍ତ କରିବ କେନ୍ଦ୍ରୀୟ ଅନୁସନ୍ଧାନ...

Related Articles

Popular Categories