www.samajalive.in
Saturday, December 6, 2025
14.1 C
Bhubaneswar

ନିପୁଣ ଓଡ଼ିଶା ମେଳାରେ ଯୋଗ ଦେଲେ ଶତାଧିକ ଛାତ୍ରଛାତ୍ରୀ ଏବଂ ଅଭିଭାବକ

ଫୁଲବାଣୀ: କନ୍ଧମାଳ ଜିଲ୍ଲା ଗୁଦାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ନିପୁଣ ଓଡ଼ିଶା ମେଳା ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ଖଜୁରୀପଡ଼ା ଗୋଷ୍ଠୀ ଶିକ୍ଷା ଅଧିକାରୀ ବିନୋଦ ବିହାରୀ ଦିଗାଲ ଯୋଗ ଦେଇ ଆନୁଷ୍ଠାନିକ ଭାବେ ମେଳାକୁ ଉଦଘାଟନ କରିଥିଲେ। ଅନ୍ୟ ଅତିଥି ମାନଙ୍କ ମଧ୍ୟରେ ଜ୍ୟୋସ୍ନାରାଣୀ ମଲ୍ଲିକ, ଗୁଦାରୀ ପଞ୍ଚାୟତର ୱାର୍ଡ଼ ମେମ୍ବର ପଦ୍ମଚରଣ କହଁର, ବିଦ୍ୟାଳୟର ସଭାପତି ସୁଜିତ କୁମାର ଯାନୀ, ଗୁଦାରୀ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ରୁଦ୍ରାୟିନୀ ଦାନୀ ପ୍ରମୁଖ ଉପସ୍ଥିତ ରହିଥିଲେ। ଗୁଦାରୀ ଆଞ୍ଚଳିକ ସାଧନ କେନ୍ଦ୍ରର ସଂଯୋଜିକା ସୁଜାତା କୁମାରୀ ପ୍ରଧାନ ମେଳା ପରିଚାଳନା କରିଥିଲେ। ମେଳାରେ ନଅ ଗୋଟି ବିଦ୍ୟାଳୟର ସମସ୍ତ ଏଫ.ଏଲ.ଏନ ଶିକ୍ଷୟତ୍ରୀ, ଛାତ୍ରଛାତ୍ରୀ ଏବଂ ଅବିଭାବକ ମାନେ ଯୋଗ ଦେଇଥିଲେ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories