www.samajalive.in
Sunday, December 7, 2025
14.1 C
Bhubaneswar

ନବୋଦୟ ବିଦ୍ୟାଳୟରେ ଚକ୍ଷୁ ପରୀକ୍ଷା ଶିବିର

ଫୁଲବାଣୀ: କନ୍ଧମାଳ ଜିଲା ଫୁଲବାଣୀ ବ୍ଲକ ଅନ୍ତର୍ଗତ ତୁଡ଼ିପାଜୁ ସ୍ଥିତ ପି.ଏମ୍‌‌.ଶ୍ରୀ ଜବାହର ନବୋଦୟ ବିଦ୍ୟାଳୟ ପରିସରରେ ଚକ୍ଷୁ ଚିକିତ୍ସା ଓ ଚଷମା ବ୍ୟବହାର ପରୀକ୍ଷା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ଭାରପ୍ରାପ୍ତ ଅଧ୍ୟକ୍ଷ ଯତୀନ୍ଦ୍ର ନାଥ ରଥଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ଅନୁଷ୍ଠିତ ଶିବିରରେ ଭୁବନେଶ୍ୱର ପଟିଆ ସ୍ଥିତ ଏସ୍‌‌.ଏସ୍‌‌.ଏଣ୍ଟର ପ୍ରାଇଭେଟ୍‌‌ ସଂସ୍ଥାର ସୁନିଲ୍‌‌ ମହାପାତ୍ର, ଲିଜା ପଟନାୟକ, ଅମରେନ୍ଦୁ ଶେଖର ପ୍ରଧାନ, ଚକ୍ଷୁ ଚିକିତ୍ସକ ବୀରେନ୍ଦ୍ର କୁମାର ଦାସ, ସରୀତା ସ୍ୱାଇଁ ପ୍ରମୁଖ ଯୋଗଦେଇ ବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀ, ଅଧ୍ୟାପକ, ଅଧ୍ୟାପିକା ଏବଂ କାର୍ଯ୍ୟାଳୟର ଅନ୍ୟ ସମସ୍ତ କର୍ମଚାରୀ ମାନଙ୍କର ଚକ୍ଷୁ ପରୀକ୍ଷା ସହିତ ଚଷମା ବ୍ୟବହାରର ପରୀକ୍ଷା କରାଇ ବିଭିନ୍ନ ପରାମର୍ଶ ଦେଇଥିଲେ।

Hot this week

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

ଜାନୁଆରୀ ୨୦ରେ ଓଏସ୍‌ଏସ୍‌ଟିଇଟି

କଟକ: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ...

ସୁନା ଲିଜ୍‌ ବା ଭଡା ଦେଇ ରୋଜଗାର

ନୂଆଦିଲ୍ଲୀ - ଅନେକ ଲୋକ ଗୋଲ୍ଡ ବଣ୍ଡ ସହ ସୁନାରେ ଟଙ୍କା...

‘ବାବୁଜୀ ଥିଲେ ଉତ୍କଳମଣିଙ୍କ ଐତିହ୍ୟର ଅନିର୍ବାଣ ଶିଖା’

କଟକ:‘ସମାଜ’ ହେଉଛି ଖବରକାଗଜର ପ୍ରତିନାମ। ‘ସମାଜ’ର ଏପରି ସୁନାମ ପଛରେ ପଣ୍ଡିତ...

Related Articles

Popular Categories