www.samajalive.in
Tuesday, December 9, 2025
16.1 C
Bhubaneswar

ବାଇକ ଦୁର୍ଘଟଣାରେ ଜଣେ ମୃତ ଜଣେ ଗୁରୁତର

ଫୁଲବାଣୀ: କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ଥାନା ଫିରିଙ୍ଗିଆ ଠାରୁ ସାଡୀଙ୍ଗିଆ ଯାଇଥିବା ମୁଖ୍ୟ ରାସ୍ତାର ଜେଜେଶପାଙ୍ଗା ନିକଟ କଟଡି ଘାଟି ନିକଟରେ ଏକ ସଡ଼କ ଦୁର୍ଘଟଣାରେ ଜଣେ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟଜଣେ ବାଇକ ଆରୋହୀ ଆହତ ହୋଇଥିବା ସୂଚନା ମିଳିଛି। ମୃତ ବାଇକ ଆରୋହୀ ଜଣକ ଫିରିଙ୍ଗିଆ ଥାନା ଡ଼ିମିରିଗୁଡା ଥାନା ପିଡିଆଗୁଡା ଗାଁର ହାରିବନ୍ଧୁ ମଳିକ ବୋଲି ଜଣାପଡ଼ିଥିବା ବେଳେ ଗୁରୁତର ଆହତ ହୋଇଥିବା ବାଇକ ଆରୋହୀ ଜଣକ କିଏ ଓ ସେ କୁଆଡେ ଗଲେ ବର୍ତମାନ ସୁଦ୍ଧା ତାଙ୍କର କୌଣସି ପତ୍ତା ମିଳିନାହିଁ।

ସୂଚନା ଅନୁସାରେ ମୃତକ ଜଣକ ଅନ୍ୟଜଣେ ବ୍ୟକ୍ତିଙ୍କ ସହ ଶୁକ୍ରବାର ସକାଳ ପ୍ରାୟ ଆଠଟା ସମୟରେ ଏକ ବାଇକରେ ନିଜ ଗାଁ ପିଡିଆଗୁଡା ଗରୁ ସାଡୀଙ୍ଗିଆକୁ କୌଣସି କାମରେ ଯାଉଥିବା ସମୟରେ କଟଡିଘାଟିର ବୁଲାଣି ନିକଟରେ ବାଇକଟି ଭାରସାମ୍ୟ ହରାଇ ରାସ୍ତା କଡରେ ଥିବା ଏକ ଆମ୍ବ ଗଛରେ ବାଡେଇ ହୋଇଥିଲା। ଫଳରେ ଘଟଣାସ୍ଥଳରେ ହିଁ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଥିବା ବେଳେ ବାଇକରେ ବସିଥିବା ଅନ୍ୟ ଜଣେ ବାଇକ ଆରୋହୀ ଆହତ ହେବା ସତ୍ୱେ ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି। ଫିରିଙ୍ଗିଆ ପୋଲିସ ପହଂଚି ଶବ ସହ ଦୁର୍ଘଟଣାଗ୍ରସ୍ତ ବାଇକକୁ ଜବତ କରି ଶବକୁ ବ୍ୟବଚ୍ଛେଦ ପାଇଁ ଫୁଲବାଣୀ ଜିଲ୍ଲା ମୁଖ୍ୟ ଚିକିତ୍ସାଲୟକୁ ପଠାଇଥିଲେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories