www.samajalive.in
Wednesday, December 10, 2025
26.1 C
Bhubaneswar

ବାର୍ଷିକ ଉତ୍ସବ ଫ୍ଲୋରେନ୍ସ ୨୦୨୫ ଉଦ୍‌‌ଘାଟିତ

ପିପିିଲି: ରାଜଧାନୀ ଉପକଣ୍ଠ କୌଶଲ୍ୟାଗଙ୍ଗ ସ୍ଥିତ କୃପାଜଳ ଇଂଜିନିୟରିଂ କଲେଜର ୨୯ତମ ବାର୍ଷିକ ଉତ୍ସବ ‘ଫ୍ଲୋରେନ୍ସ ୨୦୨୫’ ଏକ ରଙ୍ଗାରଙ୍ଗ ପରିବେଶ ମଧ୍ୟରେ ଉଦ୍‌‌ଘାଟିତ ହୋଇଯାଇଛି। ଏହି ଅବସରରେ ପୁରୀ ଲୋକସଭା ସାଂସଦ ଡାକ୍ତର ସମ୍ବିତ ପାତ୍ର, ପିପିଲି ବିଧାୟକ ଆଶ୍ରିତ ପଟ୍ଟନାୟକ ଓ ଖଣ୍ଡେଲୱାଲ ଟ୍ୟୁବ୍‌‌ସ ଓ ଇସ୍ପାତର ବିଜୟ ଖଣ୍ଡେଲୱାଲଙ୍କୁ ‘କୃପାଜଳ ସମ୍ମାନ’ରେ ସଂବର୍ଦ୍ଧିତ କରାଯାଇଥିଲା।

କୃପାଜଳ ଅନୁଷ୍ଠାନ ସମୁହର ପ୍ରତିଷ୍ଠାତା ଚେୟାରମ୍ୟାନ ଡଃ ଭବାନୀ ଚରଣ ରଥଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦ୍‌‌ଘାଟନୀ ସଭାରେ ମୁଖ୍ୟ ଅତିଥି ଭାବେ ପୁରୀ ଲୋକସଭା ସାଂସଦ ଡାକ୍ତର ସମ୍ବିତ ପାତ୍ର ଯୋଗଦେଇ ପ୍ରତ୍ୟେକ କ୍ଷେତ୍ରରେ ନିଷ୍ଠା ଓ ଏକାଗ୍ରତାର ସହ କାର୍ଯ୍ୟ କରିବାକୁ ଛାତ୍ରଛାତ୍ରୀମାନଙ୍କୁ ପରାମର୍ଶ ଦେଇଥିଲେ।

- Advertisement -

ଏହି ଅବସରରେ ବିଭିନ୍ନ କ୍ଷେତ୍ରରେ କୃତିତ୍ୱ ହାସଲ କରିଥିବା ମହାବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ସଂବର୍ଦ୍ଧିତ କରାଯିବା ସହ ମହାବିଦ୍ୟାଳୟର ବାର୍ଷିକ ମୁଖପତ୍ରକୁ ଅତିଥିମାନେ ଉନ୍ମୋଚନ କରିଥିଲେ। ପ୍ରଫେସର ଶିବାନୀ ଦାଶ ଅତିଥି ପରିଚୟ, ସ୍ୱାଗତ ଭାଷଣ ଓ ଧନ୍ୟବାଦ ଅର୍ପଣ କରିଥିଲେ।

Hot this week

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

Related Articles

Popular Categories