www.samajalive.in
Sunday, December 7, 2025
13.1 C
Bhubaneswar

ଅନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ବିଭିନ୍ନ ପ୍ରତିଯୋଗିତା

ପିପିିଲି: ଅନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ପିପିଲି ସ୍ଥିତ ସମନ୍ୱିତ ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀଣୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସ୍ଥାନୀୟ ଶିରିଆପୁର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଠାରେ ଶନିବାର ଦିନ ଛାତ୍ରଛାତ୍ରୀଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ବ୍ଲକସ୍ତରୀୟ ଉଚ୍ଚ ପ୍ରାଥମିକ ଓ ଉଚ୍ଚ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଦୁଇଟି ବର୍ଗରେ ଓଡିଆ ପ୍ରବନ୍ଧ, ଇଂରାଜୀ ପ୍ରବନ୍ଧ, ଚିତ୍ରାଙ୍କନ ଓ କୁଇଜ୍‌‌ ପ୍ରତିଯୋଗିତାରେ ସମାଜ ଗଠନରେ ନାରୀର ଭୂମିକା, ଲିଙ୍ଗଗତ ସମାନତା, ପ୍ରେରଣାଦାୟୀ ମହିଳା, ମହିଳା ମାନଙ୍କର ଅଧିକାର, ମହିଳା ମାନଙ୍କ ଆର୍ଥିକ ସ୍ୱାଧୀନତା ଦିଗରେ ସୁଭଦ୍ରା ଯୋଜନା ଏକ ପଦକ୍ଷେପ ଆଦି ବିଷୟ ଉପରେ ପ୍ରତିଯୋଗିତାମାନ ଅନୁଷ୍ଠିତ ହୋଇଥିଲା। ସିଆର୍‌‌ସିସି ଚିନ୍ତାମଣୀ ଓଝା, ଅକ୍ଷୟ ନାୟକ ସମସ୍ତ କାର୍ଯ୍ୟକ୍ରମକୁ ପରିଚାଳନା କରିଥିବା ବେଳେ ଶିକ୍ଷକ ଗଣନାଥ ବାରିକ, ଲକ୍ଷ୍ମୀପ୍ରିୟା ଦାସ, ଶୁଭସ୍ମିତା ଷଡଙ୍ଗୀ, ଗୀତାଞ୍ଜଳୀ ପାଣୀ ପ୍ରମୁଖ ବିଚାରପତି ଭାବେ ଦାୟିତ୍ୱ ତୁଳାଇଥିଲେ। ସିଠିପିଓଙ୍କ କାର୍ଯ୍ୟାଳୟର ସୁପରଭାଇଜର ଚାରୁଲତା ତରାଇ, ସୁଶ୍ରୀ ସଙ୍ଗିତା ସାମନ୍ତରାୟ, ରଶ୍ମିତା ମହାନ୍ତି, ସୌଦାମିନୀ ମହାପାତ୍ର, ଚନ୍ଦନା ରାୟ, ସରୋଜିନୀ ମହାପାତ୍ର ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ। ଏହି ଅବସରରେ ଅଙ୍ଗନୱାଡି କର୍ମୀ ଓ ସହାୟିକା ମାନଙ୍କ ମଧ୍ୟରେ କବାଡି, ଖୋ ଖୋ, ଦଉଡି ଟଣା, ରଙ୍ଗୋଲି, ଝୋଟି ଓ ସଙ୍ଗିତ ଆଦି ପ୍ରତିଯୋଗିତାମାନ ଅନୁଷ୍ଠିତ ହୋଇଥିଲା। ସମସ୍ତ ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରିଥିବା ପ୍ରତିଯୋଗୀମାନେ ଜିଲାସ୍ତରୀୟ ପ୍ରତିଯୋଗିତାରେ ଭାଗ ନେବାକୁ ମନୋନୀତ ହୋଇଥିଲେ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories