www.samajalive.in
Monday, December 15, 2025
17.1 C
Bhubaneswar

ମହିଳା ଦିବସରେ ବିଜେଡିର ବିଶାଳ ମହିଳା ସମାବେଶ

ଆଠଗଡ: ଆନ୍ତର୍ଜାତିକ ମହିଳା ଦିଵସ ଅବସରରେ ଆଠଗଡ ବିଜେଡି ପକ୍ଷରୁ ଏକ ବିଶାଳ ସମାବେଶ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ ମଣ୍ଡପରେ ଅନୁଷ୍ଠିତ ହୋଇଯାଇଛି। ଅପରାହ୍ନରେ ସହରର ପ୍ରବେଶ ପଥର ସାପୁଆ ପୋଲ ନିକଟରୁ ଏକ ବିଶାଳ ମହିଳା ଶୋଭାଯାତ୍ରା ବାହାରି ସହର ପରିକ୍ରମା କରି ବିଜୁ ପଟ୍ଟନାୟକ କଲ୍ୟାଣ ମଣ୍ଡପଠାରେ ପହଞ୍ଚଥିଲା। ସେଠାରେ ଆଠଗଡ ବ୍ଲକ ମହିଳା ବିଜେଡି ସଭାନେତ୍ରୀ ତଥା ଜିଲ୍ଲା ପରିଷଦ ସଭ୍ୟା ଶାନ୍ତିଲତା ବେହେରାଙ୍କ ସଂଯୋଜନାରେ ଏକ ସଭା ଅନୁଷ୍ଠିତ ହୋଇଥିଲା। ସଭାରେ ମୁଖ୍ୟଅତିଥି ରୂପେ ଆଇନଜୀବୀ ଆଦିତ୍ୟ ପ୍ରତାପ ସ୍ଵାଇଁ ଓ ମୁଖ୍ୟ ବ୍ୟକ୍ତା ଭାଵେ ଅଖିଳ ଭାରତ ଛାତ୍ର ସଂଘର ରାଜ୍ୟ ସଭାପତି ସଂଘମିତ୍ରା ଜେନା ଯୋଗ ଦେଇ ଉଦବୋଧନ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ରାଜ୍ୟ ମହିଳା ବିଜେଡି ଉପସଭାନେତ୍ରୀ ବାସନ୍ତୀ ରାଉଳ, ସାଧାରଣ ସଂମ୍ପାଦିକା ମିତା ରାଉତ, ଏନ୍ଏସି ଅଧ୍ୟକ୍ଷା ସସ୍ମିତା ରାଉତ, ପୂର୍ବତନ ଏନ୍ଏସି ଅଧ୍ୟକ୍ଷା ସୁବର୍ଣ୍ଣମଂଞ୍ଜରୀ ଭଞ୍ଜ, ଜିଲ୍ଲାପରିଷଦ ସଭ୍ୟା ମିନତୀ ଗାଗରାଇ, ପ୍ରଣତୀ ନାୟକ ପ୍ରମୁଖ ଯୋଗ ଦେଇଥିଲେ। ମହିଳାମାନେ ସଶକ୍ତ ଓ ଆର୍ଥିକ ଭାବେ ସ୍ୱାବଲମ୍ବୀ ହୋଇପାରିଲେ ସବୁ କ୍ଷେତ୍ରରେ ଦେଶର ବିକାଶ ଗତିଶୀଳ ହୋଇପାରିବ। ଏହାକୁ ଉପଲବ୍ଧି କରି ବିଜେଡି ସରକାର ମିଶନ ଶକ୍ତି ବିଭାଗ ଜରିଆରେ ମହିଳାମାନଙ୍କୁ ଆତ୍ମନିର୍ଭରଶୀଳ କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରି ଅନ୍ୟ ରାଜ୍ୟ ପାଇଁ ଉଦାହରଣ ସୃଷ୍ଟି କରିଥିଲେ ବୋଲି ବକ୍ତାମାନେ ପ୍ରକାଶ କରିଥିଲେ। ଆଠଗଡ ନିର୍ବାଚନ ମଣ୍ଡଳୀର ବିଭିନ୍ନ ଅଞ୍ଚଳରୁ ଶହ ଶହ ମହିଳା ଆସି ଏହି ସମାବେଶରେ ଯୋଗଦାନ କରିଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories