www.samajalive.in
Saturday, December 6, 2025
16.1 C
Bhubaneswar

ଘର ହିଁ ବିଦ୍ୟାଳୟ, ବିଦ୍ୟାଳୟରେ କଣ୍ଢେଇ ଦିବସ

ରେଙ୍ଗାଲି କ୍ୟାମ୍ପ:  ବରଗଡ଼ ଜିଲ୍ଲା ଅତାବିରା ଥାନା ଅନ୍ତର୍ଗତ ଝିଲିମିଣ୍ଡା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ଠାରେ “ଘର ହିଁ ବିଦ୍ୟାଳୟ” ପ୍ରକଳ୍ପର ପ୍ରଥମ ସୋପାନ ଓ “କଣ୍ଢେଇ ଦିବସ” ପାଳିତ ହୋଇଯାଇଛି। ଏହି ଅବସରରେ ସମାଜସେବୀ ଭରତ କୁମାର ଭୋଇ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଦୀପ ପ୍ରଜ୍ବଳନ ପୂର୍ବକ ସମସ୍ତଙ୍କ ଶୁଭ କାମନା କରିଥିଲେ।ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ମକୁନ୍ଦ ମହାରଣା ସ୍ବାଗତ ଭାଷଣ ପ୍ରଦାନ କରିଥିଲେ। ବରିଷ୍ଠ ଗୁରୁମା ସୁଶ୍ରୀ କୁନ୍ତୀ ପ୍ରଧାନ “ଘର ହିଁ ବିଦ୍ୟାଳୟ”ପ୍ରକଳ୍ପ ଓ “କଣ୍ଢେଇ ଦିବସ”ପାଳନର ଉଦ୍ଦେଶ୍ୟ ଜ୍ଞାପନ ଓ ସୋପାନ ଗୀତ ପରିବେଷଣ କରିଥିଲେ। ବିଦ୍ୟାଳୟର ବରିଷ୍ଠ ଆଚାର୍ଯ୍ୟ କାଳିଚରଣ ହୋତା “ଶିଶୁ ଶିକ୍ଷାର ଭାରତୀୟ ଏବଂ ପାଶ୍ଚାତ୍ୟ ସଂକଳ୍ପନା” ବିଷୟରେ ବକ୍ତବ୍ୟ ପ୍ରଦାନ କରିଥିଲେ ଓ ପ୍ରଧାନ ଆଚାର୍ଯ୍ୟ  ଶ୍ରୀଯୁକ୍ତ ମହାରଣା “କଣ୍ଢେଇ ଦିବସ” ବିଷୟରେ ବକ୍ତବ୍ୟ ରଖିଥିଲେ।

Hot this week

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

Related Articles

Popular Categories