www.samajalive.in
Saturday, December 6, 2025
26.1 C
Bhubaneswar

ଆଶ୍ରମ ବିଦ୍ୟାଳୟ ଛାତ୍ରୀଙ୍କ ଜ୍ବରରେ ମୃତ୍ୟୁ

ଫୁଲବାଣୀ: ସଦର ବ୍ଲକ ଅନ୍ତର୍ଗତ ଗୁମାଗଡ ସେବାଶ୍ରମରେ ପଢୁଥିବା ଜଣେ ଛାତ୍ରୀଙ୍କ ମୃତ୍ୟୁ ହୋଇଛି। ଛାତ୍ରୀ ଜଣକ କଟ୍ରିଙ୍ଗିଆ ପଞ୍ଚାୟତ ନେଡିପଦର ଗ୍ରାମର ଗୌରାଙ୍ଗ ଚରଣ ଦିଗାଲଙ୍କ ଝିଅ ମଞ୍ଜୁଲତା ଦିଗାଲ (୧୫) ବୋଲି ଜଣାପଡିଛି। ସେ ଗୁମାଗଡ ଆଶ୍ରମ ବିଦ୍ୟାଳୟର ହଷ୍ଟେଲରେ ରହି ଅଷ୍ଟମ ଶ୍ରେଣୀରେ ପାଠ ପଢୁଥିଲେ। ତିନି ଦିନ ତଳେ ତାଙ୍କୁ ଜ୍ବର ହୋଇଥିଲା। ଶୁକ୍ରବାର ଅପରାହ୍ନରେ ବିଦ୍ୟାଳୟ କର୍ତ୍ତୃପକ୍ଷ ଗୁମାଗଡ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ତେବେ ଅବସ୍ଥା ଗୁରୁତର ହେବାରୁ ରାତିରେ ଫୁଲବାଣୀ ଜିଲ୍ଲା ମୂଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି। ମୃତ ମଞ୍ଜୁଲତା ପୁର୍ବରୁ ଯକ୍ଷ୍ମା ରୋଗରେ ପୀଡିତ ଥିବା ପରିବାର ପକ୍ଷରୁ ସଦର ଥାନାରେ ଦିଆଯାଇଥିବା ଏତାଲାରେ କୁହାଯାଇଛି। ଅପରପକ୍ଷେ, ବିଦ୍ୟାଳୟ କର୍ତ୍ତୃପକ୍ଷ ଚିକିତ୍ସାରେ ଅବହେଳା କରିଥିବା ସ୍ଥାନୀୟ ଲୋକେ ଅଭିଯୋଗ କରୁଛନ୍ତି।

Hot this week

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

Related Articles

Popular Categories