www.samajalive.in
Saturday, December 6, 2025
26.1 C
Bhubaneswar

ଜିଲା ଶିକ୍ଷାଧିକାରୀଙ୍କ ସହିତ ଅବସରପ୍ରାପ୍ତ ଶିକ୍ଷକ କର୍ମଚାରୀ ସଂଘର ଆଲୋଚନା

କେନ୍ଦୁଝରଗଡ଼଼: ଓଡ଼ିଶା ମାଧ୍ୟମିକ ଶିକ୍ଷକ କର୍ମଚାରୀ ସଂଘର କାର୍ଯ୍ୟକାରୀ ସଭାପତି ଚିନ୍ତାମଣି ଜେନାଙ୍କ ସଭାପତିତ୍ୱରେ କେନ୍ଦୁଝର ଶିକ୍ଷକଭବନ ଠାରେ ଶୁକ୍ରବାର ଅପରାହ୍ନରେ ଅନୁଷ୍ଠିତ ବୈଠକରେ ଜିଲା ଶିକ୍ଷାଧିକାରୀ ପୂର୍ଣ୍ଣଚନ୍ଦ୍ର ବରିହା, ଅତିରିକ୍ତ ଜିଲା ଶିକ୍ଷାଧିକାରୀ ଅଜୟ କୁମାର ପାତ୍ର, ଚିନ୍ତାମଣି ପଣ୍ଡା ଓ ପ୍ରକାଶ କୁମାର ନାୟକ ପ୍ରମୁଖ ଯୋଗଦେଇ ଅବସରପ୍ରାପ୍ତ ଶିକ୍ଷକଙ୍କ ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା କରିଥିଲେ। ପ୍ରାରମ୍ଭରେ ସଂଘର ସମ୍ପାଦକ ରବୀନ୍ଦ୍ର କୁମାର ପଣ୍ଡା ସଂଘର ବହୁବିଧ ସମସ୍ୟା ସମ୍ପର୍କରେ ବୈଠକରେ ଉପସ୍ଥିତ ଶିକ୍ଷା ଅଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ସମସ୍ୟା ସମ୍ପର୍କରେ ଅବଗତ ହେବାପରେ ଜିଲା ଶିକ୍ଷାଧିକାରୀ ଶ୍ରୀ ବରିହା ମୌଳିକ ସମସ୍ୟାର ତ୍ୱରିତ ସମାଧାନ ଦିଗରେ ଆଶୁ ପଦକ୍ଷେପ ଗ୍ରହଣ କରିବି ବୋଲି ନିର୍ଭର ପ୍ରତିଶ୍ରୁତି ଦେଇଥିଲେ। ଅବସରପ୍ରାପ୍ତ ଶିକ୍ଷକ କର୍ମଚାରୀଙ୍କ ସହ ନିୟମିତ ଭାବେ ଆଲୋଚନା କରି ଜିଲାରେ ଶିକ୍ଷାର ବିକାଶରେ ସହଯୋଗ କରିବାକୁ ନିବେଦନ କରିଥିଲେ। ସଂଘର ଜିଲା ସଂଯୋଜକ କ୍ଷୀରୋଦ ରାଉତ ବୈଠକ ପରିଚାଳନା କରିଥିବା ବେଳେ କୋଷାଧକ୍ଷ ମଦନ ମୋହନ ଦ୍ୱିବେଦୀ ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ।

Hot this week

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

Related Articles

Popular Categories