www.samajalive.in
Tuesday, December 9, 2025
16.1 C
Bhubaneswar

ବଢୁଛି ତାତି, କେବଳ ସକାଳ ଓ ସନ୍ଧ୍ୟାରେ ମିଳିବ ରାସନ ସାମଗ୍ରୀ

ଡେସ୍କ: ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ଜିଲ୍ଲାରେ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବାକୁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ଅବଗତ କରାଯାଇଛି। ସାଧାରଣ ବଣ୍ଟନ ବ୍ୟବସ୍ଥା ଅନ୍ତର୍ଗତ ହିତାଧିକାରୀ ମାନଙ୍କୁ ରାସନ ସାମଗ୍ରୀ ସକାଳ ସାତ ଘଟିକାରୁ ୧୦ ଘଟିକା ଏବଂ ସନ୍ଧ୍ୟା ପାଞ୍ଚ ଘଟିକାରୁ ଆଠ ଘଟିକା ମଧ୍ୟରେ ବଣ୍ଟନ କରିବାକୁ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି। ଏ ସଂକ୍ରାନ୍ତରେ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବାକୁ ଜିଲ୍ଲାପାଳ ମାନଙ୍କୁ ବିଭାଗ ପକ୍ଷରୁ ଅବଗତ କରାଯାଇଛି।

ଖରା ଦାଉରୁ ରକ୍ଷା ପାଇବା ପାଇଁ ହିତାଧିକାରୀ ମାନଙ୍କ ପାଇଁ ସରକାରୀ ସୁଲଭ ମୂଲ୍ୟ ଦୋକାନ ଗୁଡିକରେ ଅସ୍ଥାୟୀ ଆଶ୍ରୟସ୍ଥଳୀ, ପାନୀୟ ଜଳ, ଓଆରଏସ ମହଜୁଦ ଭଳି ବ୍ୟାପକ ଆନୁସଙ୍ଗିକ ବ୍ୟବସ୍ଥା କରିବା ପାଇଁ ପରାମର୍ଶ ଦିଆଯାଇଛି। ସେହିଭଳି ଚାଉଳ ଉଠାଣ ଓ ବିତରଣ କେନ୍ଦ୍ର ଗୁଡିକରେ ନିୟୋଜିତ ଶ୍ରମିକ ମାନଙ୍କ ପାଇଁ ପାନୀୟ ଜଳ ଓ ଓଆରଏସ ବ୍ୟବସ୍ଥା କରିବାକୁ ମଧ୍ୟ କୁହାଯାଇଛି। ହିତାଧିକାରୀ ଏବଂ ନିୟୋଜିତ ଶ୍ରମିକ ମାନଙ୍କ ମଧ୍ୟରେ ସଚେତନତା ସୃଷ୍ଟି ପାଇଁ ସରକାରୀ ସୁଲଭ ମୂଲ୍ୟ ଦୋକାନ ଏବଂ ଚାଉଳ ବିତରଣ କେନ୍ଦ୍ର ଗୁଡିକରେ ଆବଶ୍ୟକୀୟ ସୂଚନା ପତ୍ର ବଣ୍ଟନ ଓ ପୋଷ୍ଟର ଲଗାଇବା ପାଇଁ ମଧ୍ୟ ପରାମର୍ଶ ଦିଆଯାଇଛି। ଏତଦବ୍ୟତୀତ ପ୍ରସ୍ତୁତି ପୂର୍ବକ ସଜାଗ ରହି କାର୍ଯ୍ୟ କରିବାକୁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ସମସ୍ତ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories