www.samajalive.in
Sunday, December 7, 2025
26.1 C
Bhubaneswar

ଶିକ୍ଷଣ ସାମଗ୍ରୀ ପ୍ରଦର୍ଶନୀ ଓ କର୍ମଶାଳା

ସମ୍ବଲପୁର: ସ୍ଥାନୀୟ ହିନ୍ଦୀ ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ବରିଷ୍ଠ ଗୋଷ୍ଠୀ ଶିକ୍ଷା ଅଧିକାରୀ ସେବାଶ୍ରୀ ଭୋଇଙ୍କ ସଭାପତିତ୍ବରେ ଧନକଉଡ଼ା ବ୍ଳକସ୍ତରୀୟ ଶିକ୍ଷଣ ସାମଗ୍ରୀ ପ୍ରଦର୍ଶନୀ ଓ କର୍ମଶାଳା ଆୟୋଜିତ ହୋଇଥିଲା। ଏଥିରେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ସୁସ୍ମିତା ପାଟ୍ଟଯୋଶୀ, ରମେଶ କୁମାର ମିଶ୍ର, ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରଶାନ୍ତ ଦାସ, ଚିପିଲିମା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଲମ୍ବୋଦର କୁମ୍ଭାର ଯୋଗଦାନ କରିଥିଲେ। ସମ୍ବଲପୁର ଜିଲା ଶିକ୍ଷା ପ୍ରତିଷ୍ଠାନର ବରିଷ୍ଠ ଶିକ୍ଷକ ପ୍ରଶିକ୍ଷକ ଆଜାଦ୍ ଶେଖର ପ୍ରଧାନ ପ୍ରଦର୍ଶନୀର ନିରୀକ୍ଷକ ଦାୟିତ୍ବ ନିର୍ବାହ କରିଥିଲେ। ଶିକ୍ଷଣ ସାମଗ୍ରୀର ଶ୍ରେଣୀ କୋଠରୀରେ ବ୍ୟବହାରର ମହତ୍ତ୍ବ ତଥା ଉପଯୋଗୀତା ସମ୍ପର୍କରେ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ଅବଗତ କରାଯାଇଥିଲା। ଶେଷରେ ଭଲ ପ୍ରଦର୍ଶନ କରିଥିବା ଶିକ୍ଷକ ଶିକ୍ଷୟିତ୍ରୀ ଏବଂ ସିଆରସିସି ଙ୍କୁ ପୁରସ୍କୃତ କରାଯାଇଥିଲା।

Hot this week

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

Related Articles

Popular Categories