www.samajalive.in
Sunday, December 14, 2025
23.1 C
Bhubaneswar

ନାବାଳିକା ବଳାତ୍କାର ମାମଲା, ଅଭିଯୁକ୍ତକୁ ୧୦ ବର୍ଷ ଜେଲ

ଫୁଲବାଣୀ: ଏକ ନାବାଳିକା ଅପହରଣ ଓ ବଳାତ୍କାର ମାମଲାର ଶୁଣାଣୀ କରି ଫୁଲବାଣୀ ଫାଷ୍ଟ ଟ୍ରାକ ପୋକସୋ ଅଦାଲତ ଅଭିଯୁକ୍ତକୁ ୧୦ ବର୍ଷ ସଶ୍ରମ କାରାଦଣ୍ଡ ଆଦେଶ ଦେଇଛନ୍ତି। ଏଥିସହ ଦୋଷୀକୁ ୨୦ ହଜାର ଟଙ୍କା ଜରିମାନା କରାଯାଇଛି। ଜରିମାନା ଅନାଦେୟ ଅଧିକ ୨ ବର୍ଷ ଜେଲ ଭୋଗିବାକୁ ନିର୍ଦ୍ଦେଶ ଦେଇଛନ୍ତି ବିଚାରପତି। ଅଭିଯୁକ୍ତ ଜଣକ ହେଲେ, ସଦର ଥାନା ଅନ୍ତର୍ଗତ ପଡ଼ିଆବେରଣା, ଆଶ୍ରିସାହିର ଉତ୍ତମ ସାହାଣୀ (୩୨)। ଗତ ୨୦୧୫ ଫେବୃଆରୀ ୯ ତାରିଖ ଦିନ ଅଭିଯୁକ୍ତ ଉତ୍ତମ ଟାଉନ ଥାନା ଅଞ୍ଚଳର ଜଣେ ୧୪ ବର୍ଷୀୟା ନାବାଳିକାକୁ ଅପହରଣ କରି ବଳାତ୍କାର କରିଥିଲା। ପରେ ପୀଡିତାଙ୍କୁ ନେଇ ଅନ୍ୟ ଏକ ସ୍ଥାନରେ ରଖିଥିଲା। ଝିଅ ନିଖୋଜ ଥିବା ନେଇ ଫୁଲବାଣୀ ଟାଉନ୍ ଥାନାରେ ଲିଖିତ ଅଭିଯୋଗ କରିଥିଲେ ପିଡିତାଙ୍କ ମା। ଏତଲା ଆଧାରରେ ପୁଲିସ ୩୩/ ୧୫ରେ ଏକ ମାମଲା ରୁଜୁ କରିବା ସହ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ଏହି ମାମଲାର ବିଚାର କରି ଫାଷ୍ଟ ଟ୍ରାକ୍ ପୋକ୍ସୋ୍ କୋର୍ଟର ବିଚାରପତି କୈଳାସ ଚନ୍ଦ୍ର ସ୍ବାଇଁ ୧୩ ଜଣ ସାକ୍ଷୀଙ୍କ ବୟାନ ଓ ଡ଼ାକ୍ତରୀ ରିପୋର୍ଟ ଆଧାରରେ ଦଣ୍ଡାଦେଶ ଶୁଣାଇଛନ୍ତି। ପୀଡିତାଙ୍କୁ କ୍ଷତିପୂରଣ ବାବଦରେ ୫ ଲକ୍ଷ ଟଙ୍କା ପ୍ରଦାନ କରିବା ପାଇଁ ଜିଲ୍ଲା ଆଇନସେବା ପ୍ରାଧିକରଣଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଅଦାଲତ।

Hot this week

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

Related Articles

Popular Categories