www.samajalive.in
Sunday, December 14, 2025
19.1 C
Bhubaneswar

ହିନ୍ଦୁ ଏକତା ଧର୍ମ ପକ୍ଷରୁ ଶୋଭାଯାତ୍ରା, ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ହିନ୍ଦୁ ଏକତା ମଞ୍ଚ ତରଫରୁ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଥାନା ଅଧିକାରୀ ନୀଳକଣ୍ଠ ବେହେରାଙ୍କୁ ସ୍ମାରକ ପତ୍ର ପ୍ରଦାନ କରାଯାଇଛି। ହିନ୍ଦୁ ଏକତା ମଞ୍ଚ ଡ଼ାକରାରେ ସ୍ଥାନୀୟ ଶିଵ ମନ୍ଦିର ଠାରେ ସମସ୍ତେ ଏକତ୍ରିତ ହୋଇ ଶୋଭାଯାତ୍ରାରେ ବାହାରି କାଶ୍ମୀର ପହଲଗାଓଁରେ ଆତଙ୍କବାଦୀ ଆକ୍ରମଣରେ ପ୍ରାଣ ହରାଇଥିବା ୨୬ ଜଣ ନାଗରିକଙ୍କ ଆତ୍ମା ଅମର ରହେ, ପାକିସ୍ତାନ ବିରୋଧୀ ବୋଲି ବିଭିନ୍ନ ନାରା ଦେଇ ବ୍ଲକ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଯାଇ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଜିଲାପାଳ ପାରୁଲ ପଟୱାରିଙ୍କୁ ପ୍ରଦାନ କରାଯାଇଛି। ଏଥିରେ ହିନ୍ଦୁ ମହାସଂଘର ପ୍ରତିଷ୍ଠାତା ଜୟନ୍ତ ସୂର୍ଯ୍ୟବଂଶ, ରାଜ୍ୟ ସମ୍ପାଦକ ଉମାକାନ୍ତ ବିଶ୍ୱାଳ, କଲ୍ୟାଣସିଂହପୁର ହିନ୍ଦୁ ପରିଷଦର ଆବାହକ ମୋନରଞ୍ଜନ ତ୍ରିପାଠୀ, ଦେବଗିରି କ୍ରାନ୍ତିକାରୀ ଆଶ୍ରମର ବାବା କ୍ରାନ୍ତି ସ୍ୱରୂପାନନ୍ଦ ଗିରି ପ୍ରମୁଖ ଉପସ୍ଥିତ ଥିଲେ।

Hot this week

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

Related Articles

Popular Categories